Tuesday, April 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବରୀମୁଣ୍ଡ ବାଲିଯାତ୍ରା ପଡିଆର ବାଲି ଭିତରୁ ଉଦ୍ଧାର ହେଲା ଗଳିତ ମୃତଦେହ

by ସଞ୍ଜୟ ସ୍ୱାଇଁ
July 22, 2021
in Crime, State
ବରୀମୁଣ୍ଡ ବାଲିଯାତ୍ରା ପଡିଆର ବାଲି ଭିତରୁ ଉଦ୍ଧାର ହେଲା ଗଳିତ ମୃତଦେହ
150
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜଧାନୀ ଉପକଣ୍ଠ ବରୀମୁଣ୍ଡ ବାଲିଯାତ୍ରା ପଡିଆରୁ କମିଶନରେଟ୍‌ ପୋଲିସ ଏକ ଗଳିତ ଶବକୁ ଉଦ୍ଧାର କରିବାରେ ସଫଳ ହୋଇଛି। ବୁଧବାର ଏହି ଘଟଣା ସାମ୍ନାକୁ ଆସିବା ପରେ ରାଜଧାନୀରେ ଚାଞ୍ଚଲ୍ୟ ଖେଳିଯାଇଛି । ଘଟଣାସ୍ଥଳରେ ମଞ୍ଚେଶ୍ୱର ଥାନା ପୋଲିସ ପହଞ୍ଚି ମୃତ ଦେହକୁ ଉଦ୍ଧାର କରିବା ସହ ଶବ ବ୍ୟବଚ୍ଛେଦ ନିମନ୍ତେ କ୍ୟାପିଟାଲ ହସ୍ପିଟାଲକୁ ପଠାଇଛି । ଏହି ଘଟଣାରେ ଏବେ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଥିବାବେଳେ ଅଦ୍ୟାବଧି ଉକ୍ତ ଗଳିତ ଶବର କୌଣସି ପରିଚୟ ମିଳିାରିନାହିଁ । ବାଲିଯାତ୍ରା ପଡିଆରେ ଉକ୍ତ ଶବକୁ କେହି ପୋତିଦେଇଥିବା ସନ୍ଦେହ କରାଯାଉଛି । ଗଳିତ ଶବର କେବଳ ହାତପାପୁଲି ଦୃଶ୍ୟମାନ ହୋଇଥିବା ପ୍ରଥମେ ସ୍ଥାନୀୟ ଲୋକେ ଏ ସଂକ୍ରାନ୍ତରେ ପୋଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଥିବା ଜଣାପଡିଛି । ତେବେ ଏହି ଦୁବୃର୍ତ୍ତ ଉକ୍ତ ବ୍ୟକ୍ତିଙ୍କୁ ହତ୍ୟାକରି ଏଠାରେ ପୋତିଥିବା ସନ୍ଦେହ କରାଯାଉଛି ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!