Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦାବି ପୁରଣ ନହେଲେ ୨ ତାରିଖରୁ ଗଣଧାରଣା

by ସଞ୍ଜୟ ସ୍ୱାଇଁ
July 22, 2021
in Feature News
ଦାବି ପୁରଣ ନହେଲେ ୨ ତାରିଖରୁ ଗଣଧାରଣା
398
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଶ୍ରମ ବିଭାଗ କାର୍ଯ୍ୟକୁ ନେଇ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ଅସନ୍ତୋଷ ପ୍ରକାଶ ପାଇବା ସହ ଆଜି ବିଭିନ୍ନ ସଂଗଠନ ପକ୍ଷରୁ ଶ୍ରମ ଅଧିକାରୀ ଏବଂ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି । ୧୦ ଦିନ ମଧ୍ୟରେ ଦାବି ପୁରଣ ନହେଲେ ଆସନ୍ତା ୨ ତାରିଖରୁ ଗଣଧାରଣା ପାଇଁ ଚେତାବନୀ ଦିଆଯାଇଛି । ଗତ ୧୩ ତାରିଖରେ ଶ୍ରମ ବିଭାଗ ଏବଂ ସଂଗଠନ ମଧ୍ୟରେ ହୋଇଥିବା ଦ୍ୱିପାକ୍ଷିକ ଆଲୋଚନାକୁ କାର୍ଯ୍ୟକାରୀ କରାନଯିବାକୁ ନେଇ ଅସନ୍ତୋଷ ସୃଷ୍ଟି ହୋଇଛି । ୪ ବର୍ଷ ହେବ ପରିଚୟ ପତ୍ର ପାଇଁ ଦରଖାସ୍ତ କରିଥିବା ଶ୍ରମିକମାନଙ୍କୁ ତୁରନ୍ତ ଶ୍ରମିକ ପରିଚୟ ପତ୍ର ପ୍ରଦାନ କରିବା ପାଇଁ ଦାବି ହୋଇଥିଲା । ଏଥିସହିତ ୧୭ ମସିହାରୁ ବିବାହ, ଶିକ୍ଷା, ମୃତ୍ୟୁ ସହାୟତା ପାଇଁ ପଡ଼ି ରହିଥିବା ଆବେଦନକୁ ତଦନ୍ତ କରି ସହୟତା ପ୍ରଦାନ ପାଇଁ ଆଲୋଚନାରେ ନିଷ୍ପତ୍ତି ହୋଇଥିଲା । ସଂଗଠନ ପ୍ରତି ଶ୍ରମ ଅଧିକାରୀ ହେୟଜ୍ଞାନ ମନେ କରୁଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ଆଜି ବିଜୁ ଶ୍ରମିକ ସାମ୍ମୁଖ୍ୟ ରାଜ୍ୟ ସହ ସମ୍ପାଦକ ଶ୍ରୀକାନ୍ତ ପଟ୍ଟନାୟକଙ୍କ ନେତୃତ୍ୱରେ ୧୨ଟି ସଂଗଠନର କର୍ମକର୍ତ୍ତା ବାସୁଦେବ ମହାନ୍ତି, ପ୍ରମୋଦ ମହାରଣା, ପ୍ରକାଶ ଚନ୍ଦ୍ର ମହାନ୍ତି, ରମେଶ ଚନ୍ଦ୍ର ପଣ୍ଡା, ମନୋଜ କୁମାର ନାୟକ, ବିନୋଦ କୁମାର ସ୍ୱାଇଁ, ହରିହର ଦଳବେହେରା ପ୍ରମୂକ ଆଜି ଜିଲ୍ଲା ଶ୍ରମ ଅଧିକାରୀଙ୍କୁ ଭେଟି ଦାବିପତ୍ର ପ୍ରଦାନ କରାଯାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!