Saturday, June 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତି, କୋଭିଡ ସହାୟତା ସଂପର୍କରେ ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
July 23, 2021
in Health, State
ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତି, କୋଭିଡ ସହାୟତା ସଂପର୍କରେ ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ
61
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟକ ଆଜି ରାଜ୍ୟରେ କୋଭିଡର ସ୍ଥିତି, ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତି ଏବଂ କୋଭିଡ ସହାୟତା ସଂପର୍କରେ ସମୀକ୍ଷା କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗତ କିଛି ସପ୍ତାହ ହେଲା ରାଜ୍ୟରେ ପଜିଟିଭିଟି ହାର କମିଥିଲେ ମଧ୍ୟ, କେତେକ ଜିଲ୍ଲାରେ ସଂକ୍ରମଣ ସ୍ଥିତିରେ ଆହୁରି ଉନ୍ନତି ଆସିବାକୁ ବାକି ଅଛି। ଯଦିଓ ପରିସ୍ଥିତି ନିୟନ୍ତ୍ରଣାଧୀନ, ତଥାପି ଆତ୍ମସନ୍ତୋଷ ନୁହେଁ, ଅଧିକ ସତର୍କତା ହିଁ ଆମକୁ ସୁରକ୍ଷିତ ରଖିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତେଣୁ ଲୋକମାନେ ଯେପରି ଅଯଥାରେ ଗହଳି ନ କରିବେ, ତାକୁ ଦୃଷ୍ଡିରେ ରଖି କୋଭିଡ ନିୟମାବଳୀକୁ କଡାକଡି ଭାବରେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବିଶେଷଜ୍ଞମାନଙ୍କର ମତକୁ ଉଦ୍ଧାର କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯଦି ଅଗଷ୍ଟ ଶେଷ ବେଳକୁ ତୃତୀୟ ଲହରୀ ଆସେ, ସେଥିପାଇଁ ଆମକୁ ଏହାର ପୂର୍ଣ୍ଣ ପ୍ରସ୍ତୁତିର ସହ ମୁକାବିଲା କରିବାକୁ ହେବ। ସ୍ୱାସ୍ଥ୍ୟସେବା ରାଜ୍ୟ ସରକାରଙ୍କର ସର୍ବୋଚ୍ଚ ପ୍ରାଥମିକତା ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସ୍ୱାସ୍ଥ୍ୟସେବା ଭିତ୍ତିଭୂମିର ସୁଦୃଢୀକରଣ ସହିତ ମାନବସମ୍ବଳ ବିନିଯୋଗ ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ଲୋକମାନେ ଯେପରି ବିନା କୌଣସି ଅସୁବିଧାରେ ସ୍ୱାସ୍ଥ୍ୟ ସେବା ପାଇପାରିବେ, ସେ ଦିଗରେ ଜିଲ୍ଲା ପ୍ରଶାସନର ଗୁରୁ ଦାୟିତ୍ୱ ରହିଛି। ପ୍ରତି ଜୀବନ ମୂଲ୍ୟବାନ। ଏହା ହେଉଛି ରାଜ୍ୟ ସରକାରଙ୍କର ସ୍ୱାସ୍ଥ୍ୟ ନୀତିର ଆଧାର ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ତେଣୁ ଜିଲ୍ଲା ହସ୍‌ପିଟାଲ ଠାରୁ ଆରମ୍ଭ କରି CHC level ପର୍ୟ୍ୟନ୍ତ ଯେଭଳି ସ୍ବାସ୍ଥ୍ୟସେବାରେ କୌଣସି ଅସୁବିଧା ନ ହୁଏ, ସେଥିପାଇଁ ଥାନା IICଙ୍କ ଠାରୁ ଆରମ୍ଭ କରି ବିଡିଓ, ଏସ୍‌.ଡି.ପି.ଓ, ସବ୍‌କଲେକ୍ଟର, ଏସ୍‌.ପି ଓ ଜିଲ୍ଲାପାଳ ସମସ୍ତେ ଏହାକୁ ସେମାନଙ୍କର ମୂଳ ଦାୟିତ୍ବର ଅଂଶଭାବରେ ଜ୍ଞାନ କରି ଯତ୍ନବାନ ହେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। କୋଭିଡର ଦ୍ୱିତୀୟ ଲହର ସମୟରେ ମୁଖ୍ୟମନ୍ତ୍ରୀ ଗରିବ ଲୋକଙ୍କ ପାଇଁ ବିଶେଷତଃ ଛୋଟ ଚାଷୀ, ନିର୍ମାଣ ଶ୍ରମିକ, MGNREGS ଶ୍ରମିକ, ଆଦିମ ଜନଜାତି ପରିବାର, ଅନୁସୁଚିତ ଜାତି, ଜନଜାତି ଛାତ୍ରଛାତ୍ରୀ ଓ ମିଶନ ଶକ୍ତିର ମା ମାନଙ୍କ ଠାରୁ ଆରମ୍ଭ କରି ଷ୍ଟ୍ରିଟ୍‌ ଭେଣ୍ଡର ବିଭିନ୍ନ ବର୍ଗର ଲୋକଙ୍କ ପାଇଁ କୋଭିଡ ସହାୟତା ଘୋଷଣା କରିଥିଲେ। ରାଜ୍ୟ ସରକାରଙ୍କର ୧୦ଟି ବିଭାଗର ବିଭିନ୍ନ କାର୍ୟ୍ୟକ୍ରମରେ ଏହି ସହାୟତା କାର୍ୟ୍ୟକ୍ରମ ଅନ୍ତର୍ଭୁକ୍ତ କରାଯାଇଛି। ଏପର୍ୟ୍ୟନ୍ତ ଉପରୋକ୍ତ ବର୍ଗର ଲୋକମାନଙ୍କୁ ୨୦୦୪ କୋଟି ଟଙ୍କା ପର୍ୟ୍ୟନ୍ତ ସହାୟତା ପ୍ରଦାନ କରାଯାଇଛି ବୋଲି ବୈଠକରୁ ଜଣାଯାଇଛି। ବୈଠକରେ ଅଂଶଗ୍ରହଣ କରି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଶିକ୍ଷକ ତଥା ସ୍କୁଲର କର୍ମଚାରୀମାନଙ୍କ ଟିକାକରଣ ଉପରେ ଗୁରୁତ୍ବାରୋପ କରିଥିଲେ। ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର ତୃତୀୟ ଲହରର ମୁକାବିଲା ପାଇଁ ପ୍ରସ୍ତୁତି ସଂପର୍କରେ ବୈଠକରେ ଅବଗତ କରିଥିଲେ । ଉନ୍ନୟନ କମିଶନର ତଥା ସ୍ୱତନ୍ତ୍ର ରିଲିଫ କମିଶନର ପି.କେ. ଜେନା ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା କାର୍ୟ୍ୟକାରୀତା ସଂପର୍କରେ ଉପସ୍ଥାପନା ରଖିଥିଲେ । ବୈଠକରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର କାର୍ୟ୍ୟକାରୀତା ସଂପର୍କରେ ମଧ୍ୟ ସମୀକ୍ଷା କରାଯାଇଥିଲା । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ୟ୍ୟକ୍ରମକୁ ସଂଚାଳନା କରିଥିଲେ। ଏହି ବୈଠକରେ ପୁଲିସ ମହାନିର୍ଦ୍ଦେଶକ, ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, ଶାସନ ସଚିବ, ଜିଲ୍ଲାପାଳ, ଏସ୍‌.ପି ପ୍ରମୁଖ ଉପସ୍ଥିତ ଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!