Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟୋକିଓ ଅଲିମ୍ପିକ୍ସରେ ବିଜୟରୁ ଅଭିଯାନ ଆରମ୍ଭ କରିଛି ଭାରତୀୟ ପୁରୁଷ ହକି ଟିମ୍

by ସଞ୍ଜୟ ସ୍ୱାଇଁ
July 24, 2021
in NATIONAL NEWS, Sports, WORLD
ଟୋକିଓ ଅଲିମ୍ପିକ୍ସରେ ବିଜୟରୁ ଅଭିଯାନ ଆରମ୍ଭ କରିଛି ଭାରତୀୟ ପୁରୁଷ ହକି ଟିମ୍
54
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ଟୋକିଓ ଅଲିମ୍ପିକ୍ସରେ ବିଜୟରୁ ଅଭିଯାନ ଆରମ୍ଭ କରିଛି ଭାରତୀୟ ପୁରୁଷ ହକି ଟିମ୍। ଗ୍ରୁପ୍‌ ‘ଏ’ରେ ଥିବା ଭାରତୀୟ ଟିମ୍ ତା’ର ପ୍ରଥମ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡକୁ ପରାସ୍ତ କରିଛି। ଦଳ ୩-୨ ଗୋଲ୍‌ରେ ନ୍ୟୁଜିଲ୍ୟାଣ୍ଡକୁ ପରାସ୍ତ କରିଛି। ଭାରତ ପକ୍ଷରୁ ହରମନପ୍ରୀତ ସିଂହ ୨ଟି ଗୋଲ୍ ଦେଇଥିବା ବେଳେ ରୂପିନ୍ଦର ପଲ୍ ସିଂହ ଗୋଟିଏ ଗୋଲ୍ ଦେଇଥିଲେ। ମ୍ୟାଚ୍‌ ଆରମ୍ଭ ହେବାର ୬ ମିନିଟ୍‌ ପରେ ନ୍ୟୁଜିଲ୍ୟାଣ୍ଡର କେନ୍ ରସେଲ୍ ଦେଇଥିଲେ ପ୍ରଥମ ଗୋଲ୍‌। ସେ ଏକ ପେନାଲ୍‌ଟି କର୍ଣ୍ଣରକୁ ଗୋଲ୍‌ରେ ପରିଣତ କରିବାରେ ସଫଳ ହୋଇଥିଲେ। ହେଲେ ଏହାର ୪ ମିନିଟ୍ ପରେ ରୂପିନ୍ଦର ଦେଇଥିଲେ ଏକ ଗୋଲ୍‌। ଏହା ପରେ ଭାରତ ଓ ନ୍ୟୁଜିଲ୍ୟାଣ୍ଡ ସମାନ ସ୍ଥିତିକୁ ଚାଲି ଆସିଥିଲେ। ପ୍ରଥମ କ୍ୱାର୍ଟରରେ ନ୍ୟୁଜିଲ୍ୟାଣ୍ଡ ପଛକୁ ପଛ ଲଗାତାର ଚାରୋଟି ପେନାଲ୍‌ଟି କର୍ଣ୍ଣର ପାଇଥିଲା। ତେବେ ଦଳ ସେଗୁଡ଼ିକୁ ଗୋଲ୍‌ରେ ପରିଣତ କରିବାରେ ସଫଳ ହୋଇ ନଥିଲା। ଦ୍ୱିତୀୟ କ୍ୱାର୍ଟରରେ ଖେଳ ସଂପୂର୍ଣ୍ଣ ଭାବେ ଭାରତ ନିୟନ୍ତ୍ରଣରେ ରହିଥିଲା। ୨୬ତମ ମିନିଟ୍‌ରେ ଭାରତ ପକ୍ଷରୁ ହରମନପ୍ରୀତ୍‌ ଦେଇଥିଲେ ଦ୍ୱିତୀୟ ଗୋଲ୍‌। ଏହା ସହିତ ଦଳ ନ୍ୟୁଜିଲ୍ୟାଣ୍ଡ ଠାରୁ ୨-୧ରେ ଆଗୁଆ ରହିଥିଲା। ଏହା ପରେ ପରେ ହରମନପ୍ରୀତ୍‌ ଦଳ ପାଇଁ ଆଉ ଏକ ଗୋଲ ଦେଇଥିଲେ। ଫଳରେ ଭାରତ ୩-୧ରେ ଆଗୁଆ ରହିଥିଲା। ୪୩ ତମ ମିନିଟ୍‌ରେ ନ୍ୟୁଜିଲ୍ୟାଣ୍ଡ ଆଉ ଗୋଟିଏ ଗୋଲ ଦେଇ ଥିଲା। ତେବେ ଚତୁର୍ଥ କ୍ୱାର୍ଟରରେ ଉଭୟ ଦଳ ଭଲ ଖେଳିଥିଲେ ମଧ୍ୟ କେହି କାହାକୁ ଗୋଲ୍ ଦେଇ ପାରି ନଥିଲେ। ଆଉ ଶେଷରେ ୩-୨ରେ ଭାରତ ବିଜୟୀ ହୋଇଥିଲା। ସେହିପରି ଅନ୍ୟ ଏକ ମ୍ୟାଚ୍‌ରେ ଟୋକିଓ ଅଲିମ୍ପିକ୍ସ ଆୟୋଜକ ଜାପାନକୁ ୫-୩ ଗୋଲ୍‌ରେ ପରାସ୍ତ କରିଛି ଅଷ୍ଟ୍ରେଲିଆ। ଅନ୍ୟପକ୍ଷରେ ଆର୍ଚେରୀ ମିକ୍ସଡ୍‌ ଟିମ୍ ଇଭେଣ୍ଟ କ୍ୱାର୍ଟରରେ ପ୍ରବେଶ କରିଛନ୍ତି ଦୀପିକା କୁମାରୀ ଓ ପ୍ରବୀଣ ଯାଦବ। ସେମାନେ ଚାଇନିଜ ତାଇପେଇ ଯୋଡ଼ି ଚି-ଚୁନ୍ ତାଙ୍ଗ ଓ ଚିଆ-ଏନ୍‌ ଯୋଡ଼ିଙ୍କୁ ୫-୩ରେ ପରାସ୍ତ କରି କ୍ୱାର୍ଟର ଫାଇନାଲ୍‌ରେ ପ୍ରବେଶ କରିଛନ୍ତି। ପ୍ରଥମ ଥର ପାଇଁ ଟୋକିଓ ଅଲିମ୍ପିକ୍ସରେ ଆର୍ଚେରୀ ମିକ୍ସଡ୍‌ ଟିମ୍ ଇଭେଣ୍ଟକୁ ସାମିଲ କରାଯାଇଛି ଓ ଭାରତ ପକ୍ଷରୁ ଦୀପିକା ଓ ପ୍ରବୀଣ ପ୍ରଥମ ଯୋଡ଼ି ଭାବେ ଏଥିରେ ଭାଗ ନେଇଛନ୍ତି। ସେହିପରି ପ୍ରଥମ ଥର ପାଇଁ ଦୀପିକା ଓ ପ୍ରବୀଣ ଏକାଠି ଖେଳୁଛନ୍ତି। ଟୋକିଓ ୨୦୨୦ ଅଲିମ୍ପିକ୍ସରେ ପ୍ରଥମ ସ୍ୱର୍ଣ୍ଣ ପଦକ ଜିତିଛନ୍ତି ଚୀନର ଶୁଟର ୟାଙ୍ଗ କିଆନ୍‌। ସେ ଶନିବାର ମହିଳା ୧୦ ମିଟର ଏୟାର ରାଇଫଲ୍‌ରେ ସ୍ୱର୍ଣ୍ଣ ପଦକ ଜିତିଛନ୍ତି।

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

April 14, 2026
ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

April 14, 2026
ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

April 14, 2026
ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

April 14, 2026
ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

April 14, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!