ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ କରୋନା ସଂକ୍ରମଣ ଧିରେ ଧିରେ ହ୍ରାସ ଘଟୁଛି । ଜିଲ୍ଲାରେ ଆଜି ନୂଆ ୩୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଫଳରେ ଜିଲ୍ଲାରେ ସକ୍ରିୟ ମାମଲା ୫୯୨ ବୋଲି ଜଣାଯାଇଛି । ଜିଲ୍ଲାରେ କରୋନା ମହାମାରୀରେ ମୋଟ ୧୪୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ କରୋନା ଆକ୍ରାନ୍ତ ହୋଇ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଥିବା ଜଣାଯାଇଛି ।






