Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୋଭିଡ୍‌ ନିୟମାବଳୀ ମଧ୍ୟରେ ପାଳିତ ହେବ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ

by ସଞ୍ଜୟ ସ୍ୱାଇଁ
July 26, 2021
in Feature News
କୋଭିଡ୍‌ ନିୟମାବଳୀ ମଧ୍ୟରେ ପାଳିତ ହେବ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ
86
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଚଳିତ ବର୍ଷ ୭୫ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ କୋଭିଡ୍‌ ମାର୍ଗଦର୍ଶିକା ମଧ୍ୟରେ ୟୁନିଟ୍‌-୩ ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବେ । ଆଜି ଅପରାହ@ରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସ୍ୱାଧୀନତା ଦିବସ-୨୦୨୧ ପାଳନର ରୂପରେଖ ସଂପର୍କରେ ଏକ ପ୍ରସ୍ତୁତି ବୈଠକ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । କୋଭିଡ୍‌ ମାର୍ଗଦର୍ଶିକାର ସଠିକ୍‌ ଅନୁପାଳନ କରାଯାଇ ସ୍ୱଳ୍ପସଂଖ୍ୟକ ଅତିଥି, କୋଭିଡ୍‌ ଯୋଦ୍ଧା, ଅଧିକାରୀ ଏବଂ କର୍ମଚାରୀଙ୍କୁ ନେଇ ସ୍ୱାଧୀନତା ଦିବସ ଆୟୋଜିତ ହେବ । ସ୍ୱାଧୀନତା ଦିବସ ଆମ ସମସ୍ତଙ୍କ ଭାବାବେଗ ଏବଂ ଗର୍ବର ପ୍ରତୀକ ହୋଇଥିବାରୁ ଉତ୍ସବ ଆୟୋଜନ ସମୟରେ ସମସ୍ତ ବିଷୟକୁ ଟିକିନିଖି ଭାବେ ଗୁରୁତ୍ୱ ଦେବାକୁ ପ୍ରମୁଖ ଶାସନ ସଚିବ ବୈଠକରେ ଗୁରୁତ୍ୱ ଦେଇଥିଲେ । ଗୃହ ବିଭାଗ ଦ୍ୱାରା ଚିହ୍ନଟ ୟୁନିଟ୍‌-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆଠାରେ ଆନୁଷଙ୍ଗିକ ବ୍ୟବସ୍ଥା ଗ୍ରହଣ, ପ୍ରଭାତରେ ସୂଚନା ଓ ଲୋକସଂପର୍କ ବିଭାଗ ଦ୍ୱାରା ଡାକବାଜି ଯନ୍ତ୍ର ସାହାଯ୍ୟରେ ରାମଧୁନ ପରିବେଷଣ, ସ୍ୱାଧୀନତା ଦିବସ ଉତ୍ସବର ଟିଭି ଓ ସାମାଜିକ ଗଣମାଧ୍ୟମ ଯୋଗେ ସିଧା ପ୍ରସାରଣ, ଗଣମାଧ୍ୟମକୁ ସୂଚନା ପ୍ରଦାନ, ଉତ୍ସବସ୍ଥଳର ସାଜସଜ୍ଜା, ନିମନ୍ତ୍ରିତ ଅତିଥି ଓ କୋଭିଡ୍‌ ଯୋଦ୍ଧାଙ୍କ ଉପବେଶନ ବ୍ୟବସ୍ଥା ନେଇ ବୈଠକରେ ବିସ୍ତୃତ ଆଲୋଚନା ହୋଇଥିଲା । ଚଳିତ ସ୍ୱାଧୀନତା ଦିବସ ଅବସରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିିଭିନ୍ନ କୋଠା, ସରକାରୀ ଉଦ୍ୟୋଗ ଓ ପ୍ରମୁଖ କୋଠାର ଆଲୋକୀକରଣ ବିଷୟରେ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଉତ୍ସବ ସ୍ଥଳର ସାନିଟାଇଜେସନ୍‌ ଓ ପିଇବା ପାଣି ବ୍ୟବସ୍ଥା କରାଯିବ । ସେହିପରି ସୁରକ୍ଷା ବ୍ୟବସ୍ଥା ତଥା ଟ୍ରାଫିକ୍‌ ନିୟନ୍ତ୍ରଣକୁ ଡିସିପି, ଭୁବନେଶ୍ୱର ପରିଚାଳନା କରିବେ । ପୂର୍ବବର୍ଷ ପରି ନୂଆଦିଲ୍ଲୀ, କୋଲକାତା, ଚେନ୍ନାଇ, ମୁମ୍ବାଇଠାରେ ବିଭାଗ ପକ୍ଷରୁ ଉତ୍ସବ ପାଳନ କରାଯିବ । ସେହିପରି ଆର୍‌ଡିସି ଜୋନ୍‌, ଜିଲ୍ଲା ଏବଂ ଉପଖଣ୍ଡ ସ୍ତରରେ କୋଭିଡ୍‌ ନିୟମାବଳୀ ମଧ୍ୟରେ ସ୍ୱାଧୀନତା ଦିବସ ପାଳନ କରାଯିବ । ଏହି ବୈଠକରେ ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତି୍ରପାଠୀ, ବୈଷୟିକ ନିର୍ଦ୍ଦେଶକ ଶ୍ରୀ ନିରଞ୍ଜନ ସେଠୀ, ଓଡ଼ିଶା ରିଭୁ୍ୟ ଓ ଉତ୍କଳ ପ୍ରସଙ୍ଗର ସଂପାଦକ ଡ. ଲେନିନ୍‌ ମହାନ୍ତି, ଯୁଗ୍ମ ଶାସନ ସଚିବ ଶ୍ରୀମତୀ ବିଷ୍ଣୁପ୍ରିୟା ସାହୁ, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ପ୍ରମୋଦ କୁମାର ମଲ୍ଲିକ, ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ସୁରେନ୍ଦ୍ର କୁମାର ପରିଡ଼ା ଏବଂ ଉପନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ । ସହକାରୀ ନିର୍ଦ୍ଦେଶକ(କ୍ଷେତ୍ର) ଶ୍ରୀମତୀ ସୁଚେତା ପି୍ରୟଦର୍ଶିନୀ କାର୍ଯ୍ୟକ୍ରମ ସଂପର୍କରେ ବିବରଣୀ ଉପସ୍ଥାପନା କରିଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!