Friday, September 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାତି ଅଧରେ ଯୁବକଙ୍କୁ ନିର୍ମମ ହତ୍ୟା

by ସଞ୍ଜୟ ସ୍ୱାଇଁ
July 27, 2021
in Crime, State
ରାତି ଅଧରେ ଯୁବକଙ୍କୁ ନିର୍ମମ ହତ୍ୟା
84
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): ରାତି ଅଧରେ ଯୁବକଙ୍କୁ ନିର୍ମମ ହତ୍ୟା। ଉଦ୍ଧାର ହେଲା ରକ୍ତ ଜୁଡୁବୁଡୁ ମୃତଦେହ। ଏପରି ଅଭାବନୀୟ ଘଟଣା ଘଟିଛି ସମ୍ବଲପୁର ଜିଲ୍ଲା ଧନୁପାଲି ଥାନା ଗୋବିନ୍ଦତୋଲା ଅଞ୍ଚଳରେ। ରାତିରେ ଦୁର୍ବୃତ୍ତଙ୍କ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି। ମୃତକଙ୍କ ନାଁ ଦୀପକ ଯାଦବ ବୋଲି ଜଣାପଡିଛି। ଦୁର୍ବୃତ୍ତମାନେ ମାରଣାସ୍ତ୍ର ସାହାଯ୍ୟରେ ଦୀପକଙ୍କୁ ଅତି ନିର୍ମମ ଭାବେ ଖଣ୍ଡ ଖଣ୍ଡ କରି ହାଣି ଦେଇଥିଲେ। ଫଳରେ ଘଟଣାସ୍ଥଳରେ ତାଙ୍କ ମୃତ୍ୟୁ ହୋଇଥିଲା। ଘଟଣାସ୍ଥଳରେ ବନିତ ନାମକ ଆଉ ଜଣେ ଯୁବକ ମଧ୍ୟ ଗୁରୁତର ଭାବେ ଆହତ ହୋଇଛନ୍ତି। ଖବର ପାଇ ସ୍ଥାନୀୟ ଲୋକେ ପହଞ୍ଚି ରକ୍ତ ଜୁଡୁବୁଡୁ ଅବସ୍ଥାରେ ତାଙ୍କୁ ବୁର୍ଲା ମେଡିକାଲ ସ୍ଥାନାନ୍ତର କରିଛନ୍ତି। ହତ୍ୟାକାଣ୍ଡର କାରଣ ଜଣାପଡ଼ି ନ ଥିବା ବେଳେ ପୂର୍ବ ଶତ୍ରୁତାରୁ ଏପରି କାଣ୍ଡ ଘଟାଥାଇପାରେ ବୋଲି ଅନୁମାନ କରାଯାଉଛି। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଥିବା ବେଳେ ଅଭିଯୁକ୍ତଙ୍କ ସୁରାଗ ପାଇପାରିନି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!