Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆସନ୍ତା ୨୮ ରୁ ୩୧ ତାରିଖ ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା

by ସଞ୍ଜୟ ସ୍ୱାଇଁ
July 27, 2021
in Feature News
୧୭ରୁ ବଢ଼ିବ ବର୍ଷା

Rain in Bhubaneswar

149
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ଯୋଗୁ ଆସନ୍ତା ୨୮ ରୁ ୩୧ ତାରିଖ ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବ |  ମଙ୍ଗଳବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ୨୮ ତାରିଖ ଦିନ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ସୁନ୍ଦରଗଡ, ଅନୁଗୁଳ, ପୁରୀ ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୯ ତାରିଖ ଦିନ ବର୍ଷାର ପରିମାଣ ଓ ବିସ୍ତୃତି ବଢ଼ିବ। ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏଥିସହ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ଝାରସୁଗୁଡ଼ା, ସୋନପୁର, ବରଗଡ଼ ଓ ଢେଙ୍କାନାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୩୦ ତାରିଖ ଦିନ ବରଗଡ଼, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ଼ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି | ସେହିପରି ଅନୁଗୁଳ, ଦେବଗଡ଼, କେଉଁଝର, ସୋନପୁର ଓ ମୟୁରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ | ସେହିପରି ୩୧ ତାରିଖ ଦିନ ନବରଙ୍ଗପୁର, ନୂଆପଡା, ବାଲେଶ୍ୱର, ବରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ | ଆଉ ଏଥିପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!