Wednesday, April 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ୟୁରିଆ ସାର ନମିଳିବାରୁ ତହସିଲ କାର୍ଯ୍ୟାଳୟ ଘେରାଉ ଓ ଦାବିପତ୍ର ପ୍ରଦାନ

by ସଞ୍ଜୟ ସ୍ୱାଇଁ
July 27, 2021
in Planning and Development, State
ୟୁରିଆ ସାର ନମିଳିବାରୁ ତହସିଲ କାର୍ଯ୍ୟାଳୟ ଘେରାଉ ଓ ଦାବିପତ୍ର ପ୍ରଦାନ
67
VIEWS
Share on FacebookShare on Twitter

ଉମରକୋଟ, (ବାଘୁଆବାର୍ତ୍ତା): ଚାଷୀଙ୍କୁ ୟୁରିଆ ସାର ଯୋଗାଇବା ସାଙ୍ଗକୁ ସାରର କଳା ବଜାର ରୋକିବା ଦାବି ନେଇ ଆଦିବାସୀ ନେତା ତଥା ପୂର୍ବତନ ସାଂସଦ ପ୍ରଦୀପ ମାଝୀଙ୍କ ନେତୃତ୍ୱରେ ଶତାଧିକ ଚାଷୀ ତହସିଲ କାର୍ୟ୍ୟାଳୟ ଘେରାଓ କରିଛନ୍ତି। ଏଥିସହ ପୁରୁଣା ବସଷ୍ଟାଣ୍ଡ ନିକଟରେ ରାଇଘର-ଉମରକୋଟ-ଜୟପୁର ରାଜ୍ୟ ରାଜପଥ ଅବରୋଧ କରାଯାଇଥିଲା। ନବରଙ୍ଗପୁର ଜିଲ୍ଲା ଉମରକୋଟ ଅଂଚଳର ଚାଷୀଙ୍କୁ ଦୀର୍ଘ ଦିନ ଧରି ୟୁରିଆ ସାର ମିଳୁନି। ଚାଷୀଙ୍କ ମକା ଓ ଧାନ ଫସଲ ନଷ୍ଟ ହେବାକୁ ଦୃଷ୍ଟିରେ ରଖି ଆଜି ପୂର୍ବତନ ସାଂସଦ ପ୍ରଦୀପ ମାଝୀଙ୍କ ନେତୃତ୍ୱରେ ଶତାଧିକ ଚାଷୀ ଏକ ରାଲି ମାଧ୍ୟମରେ ସହର ପରିକ୍ରମା କରିଥିଲେ। ପରେ ଉମରକୋଟ ତହସିଲ କାର୍ୟ୍ୟାଳୟକୁ ଘେରଓ କରିଥିଲେ ଏବଂ ତହସିଲଦାରଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ । ପରେ ଶତାଧିକ ଚାଷୀ ଉମରକୋଟ ସ୍ଥିତ ପୁରୁଣା ବସଷ୍ଟାଣ୍ଡ ନିକଟରେ ରାଇଘର-ଉମରକୋଟ-ଜୟପୁର ରାଜ୍ୟ ରାଜପଥକୁ ଅବରୋଧ କରିଛନ୍ତି । ଚାଷୀଙ୍କୁ ସାର ନ ଯୋଗାଇଲେ ଅବରୋଧରୁ ହଟିବେ ନାହିଁ ବୋଲି ପ୍ରଦୀପ ମାଝୀ ଚେତାବନୀ ଦେଇଛନ୍ତି। ଏ ଅଂଚଳରେ ସାର କଳା ବଜାର ହେଉଥିଲେ ମଧ୍ୟ କୃଷି ବିଭାଗ କୌଣସି ପଦକ୍ଷେପ ନେଉ ନଥିବା କହିଛନ୍ତି କଂଗ୍ରେସ ଜିଲ୍ଲା ଉପ-ସଭାପତି ତପନ ଦେବନାଥ । ସେପଟେ ଆନ୍ଦୋଳନ ସ୍ଥଳରେ ଜିଲ୍ଲା କୃଷି ଅଧିକାରୀ, ଉମରକୋଟ ତହସିଲଦାର, ଉମରକୋଟ ଏସଡିପିଓ ଏବଂ ଥାନା ଅଧିକାରୀ ପହଞ୍ଚି ଆନ୍ଦୋଳନକାରୀଙ୍କ ସହ ଆଲୋଚନା ପରେ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ଉମରକୋଟ ତହସିଲଦାର ହିମାଂଚଳ ମାଝୀ ।

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

April 22, 2026
ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!