Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡ଼ିଶାର ସବୁ ଜିଲ୍ଲାରେ ଗୋଟିଏ ଦେଶ, ଗୋଟିଏ ରାସନ କାର୍ୟ୍ୟକ୍ରମ ଆରମ୍ଭ ହୋଇଛି

by ସଞ୍ଜୟ ସ୍ୱାଇଁ
July 29, 2021
in Planning and Development, State
ଓଡ଼ିଶାର ସବୁ ଜିଲ୍ଲାରେ ଗୋଟିଏ ଦେଶ, ଗୋଟିଏ ରାସନ କାର୍ୟ୍ୟକ୍ରମ ଆରମ୍ଭ ହୋଇଛି
204
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଖାଦ୍ୟ ସୁରକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବା ପାଇଁ ଦୁଇଟି ଗୁରୁତ୍ବପୂର୍ଣ୍ଣ କାର୍ୟ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଜିଠାରୁ ଓଡ଼ିଶାର ସବୁ ଜିଲ୍ଲାରେ ଗୋଟିଏ ଦେଶ, ଗୋଟିଏ ରାସନ କାର୍ୟ୍ୟକ୍ରମ ଆରମ୍ଭ ହୋଇଛି । ଏହାଦ୍ବାରା ରାଜ୍ୟ ବାହାରର ଲୋକ ଓଡ଼ିଶାରେ ଓ ଓଡ଼ିଶାର ଲୋକ ରାଜ୍ୟ ବାହାରେ ତାଙ୍କ ପସନ୍ଦର ଦୋକାନରୁ ରାସନ ପାଇପାରିବେ । ରାଜ୍ୟର ୧୦ ହଜାର ୫୭୮ ସୁଲଭ ମୂଲ୍ୟ ଦୋକାନରେ ହିତାଧିକାରୀମାନେ ଏହି ସୁବିଧା ପାଇବେ । ଏହାସହିତ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ପାଇଲଟ୍‌ ପ୍ରକଳ୍ପ ଭାବରେ ମାଲକାନଗିରି ଜିଲ୍ଲାରେ ଭିଟାମିନ ଯୁକ୍ତ ଚାଉଳ ପ୍ରଦାନ କାର୍ୟ୍ୟକ୍ରମ ମଧ୍ୟ ଆରମ୍ଭ ହୋଇଛି । ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ବାଭିମାନର ସହ ବଞ୍ଚିବା ସମସ୍ତଙ୍କର ଅଧିକାର ଓ ଗରିବ ଲୋକଙ୍କୁ ଏହି ଅଧିକାରରୁ କେହି ବଞ୍ଚିତ କରିପାରିବ ନାହିଁ । ଆମର ବିଭିନ୍ନ କାର୍ୟ୍ୟକ୍ରମ ଜରିଆରେ ଏହି ଅଧିକାରକୁ ଆମେ ସବୁବେଳେ ସମ୍ମାନ ଜଣାଇ ଆସିଛୁ । ଗରିବ ଲୋକଙ୍କ କଲ୍ୟାଣ ପାଇଁ ଆମର ଉଦ୍ୟମ ଜାରି ରହିବ । ଭିଟାମିନଯୁକ୍ତ ଚାଉଳରେ ଭିଟାମିନ ବି-୧୨ ଓ ଫୋଲିକ୍‌ ଏସିଡ ଥିବାରୁ ଏହା ବିଶେଷକରି ମହିଳା ଓ ବାଳିକା ମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ଦିଗରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଖାଦ୍ୟ ସୁରକ୍ଷା ରାଜ୍ୟ ସରକାରଙ୍କ ସବୁଠାରୁ ବଡ କଲ୍ୟାଣ କାର୍ୟ୍ୟକ୍ରମ । ଏହି କାର୍ୟ୍ୟକ୍ରମ ଜରିଆରେ ରାଜ୍ୟର ୯୩ ଲକ୍ଷ ପରିବାର ଓ ସାଢେ ୩ କୋଟି ଲୋକ ଉପକାର ପାଉଛନ୍ତି । ୨୦୦୮ରେ ରାଜ୍ୟ ସରକାର କେଜି ୨ ଟଙ୍କାରେ ଓ ୨୦୧୩ରୁ କେଜି ୧ ଟଙ୍କାରେ ଚାଉଳ ଯୋଗାଇ ଆସୁଛନ୍ତି । କେଜି ୧ ଟଙ୍କାରେ ଚାଉଳ ମିଳିବା ଦ୍ବାରା ଗରିବ ଲୋକଙ୍କର ଖାଦ୍ୟ ନିରାପତ୍ତା ମଜବୁତ ହୋଇଛି । ଖାଦ୍ୟ ନିରାପତ୍ତା ସହିତ ରାଜ୍ୟ ସରକାର ମାଗଣାରେ ପିଲାମାନଙ୍କ ପାଇଁ ଶିକ୍ଷା ବ୍ୟବସ୍ଥା କରିଛନ୍ତି । ଜୋତା ଠାରୁ ଆରମ୍ଭ କରି ପୋଷାକ, ବହି, ସାଇକେଲ ସରକାର ଯୋଗାଇ ଦେଉଛନ୍ତି । ସ୍ବାସ୍ଥ୍ୟ ସୁବିଧା ପାଇଁ ସବୁ ସରକାରୀ ଡାକ୍ତରଖାନାରେ ସମସ୍ତଙ୍କ ପାଇଁ ମାଗଣାରେ ଚିକିତ୍ସା ଯୋଗାଇ ଦିଆଯାଉଛି । ତା ସହିତ ଗରିବ ଲୋକଙ୍କ ପାଇଁ ବିଭିନ୍ନ ରୋଜଗାର ଯୋଜନା ମଧ୍ୟ କାର୍ୟ୍ୟକାରୀ କରାଯାଉଛି । ମିଶନ ଶକ୍ତି କାର୍ୟ୍ୟକ୍ରମ ମଧ୍ୟ ଗରିବ ପରିବାରର ମା’ ମାନଙ୍କୁ ରୋଜଗାର ଦେଇଛି । ଚାଷଙ୍କ ପାଇଁ କାଳିଆ ଯୋଜନା ସାରା ଦେଶରେ ଆଦର ଲାଭ କରିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । କୋଭିଡ ମହାମାରୀ ସମୟରେ ଗରିବ ଲୋକଙ୍କ ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପ ସଂପର୍କରେ ସେ ଗୁରୁତ୍ବ ଦେଇ ସେ କହିଲେ ଯେ, କୋଭିଡ ମହାମାରୀ, ଗରିବ ଲୋକଙ୍କର ରୋଜଗାର ଉପରେ ଗଭୀର ପ୍ରଭାବ ପକାଇଛି । ତେଣୁ ଗରିବ ଲୋକଙ୍କ ରୋଜଗାର ପାଇଁ ଚାଷୀ, ମହିଳା, ଶ୍ରମିକ ମାନଙ୍କ ପାଇଁ ରାଜ୍ୟ ସରକାର ୨୦୦୦ କୋଟି ଟଙ୍କାର ସହାୟତା ଦେଇଛନ୍ତି । ଏହି କାର୍ୟ୍ୟକ୍ରମ ଗରିବ ଲୋକର ସାମାଜିକ ସ୍ଥିତିରେ ଉନ୍ନତି ଆଣିଛି । କାର୍ୟ୍ୟକ୍ରମରେ ଯୋଗ ଦେଇ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗରିବ ଲୋକଙ୍କ ପାଇଁ ଖାଦ୍ୟ ସୁରକ୍ଷା ପାଇଁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ଆଲୋକପାତ କରିଥିଲେ । ଖାଦ୍ୟ ସୁରକ୍ଷାରେ ଓଡ଼ିଶା ଦେଶର ଏକ ଅଗ୍ରଣୀ ରାଜ୍ୟ ହୋଇପାରିଛି । ଏ ଦିଗରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବକୁ ସେ ପ୍ରଶଂସା କରିଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!