Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆସନ୍ତା ୯ ତାରିଖରୁ ବୈଷୟିକ ଶିକ୍ଷାନୁଷ୍ଠାନଗୁଡ଼ିକୁ ଖୋଲିବାକୁ ଅନୁମତି

by ସଞ୍ଜୟ ସ୍ୱାଇଁ
August 4, 2021
in Education, State
ଆସନ୍ତା ୯ ତାରିଖରୁ ବୈଷୟିକ ଶିକ୍ଷାନୁଷ୍ଠାନଗୁଡ଼ିକୁ ଖୋଲିବାକୁ ଅନୁମତି
102
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟରେ କରୋନାର ପ୍ରକୋପ ଧୀରେଧୀର କମୁଥିବାରୁ ସରକାର ସମସ୍ତ ଶିକ୍ଷାନୁଷ୍ଠାନ ଖୋଲିବାକୁ ଅନୁମତି ଦେଉଛନ୍ତି । ଜଣାପଡ଼ିଛି ଯେ, ପୂର୍ବରୁ ବନ୍ଦ ରହିଥିବା ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନଗୁଡ଼ିକ ଆସନ୍ତା ୯ ତାରିଖରୁ ଖୋଲାଯିବ । ତେବେ କୋଭିଡ୍ ଗାଇଡଲାଇନ୍ ସହ ଏହା କେବଳ ଶେଷ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଖୋଲିବ । ବୈଷୟିକ ଶିକ୍ଷାନୁଷ୍ଠାନ ଖୋଲିବା ସହ ହଷ୍ଟେଲ ମଧ୍ୟ ଖୋଲିବାକୁ ନିଷ୍ପତ୍ତି ନିଆଯାଇଥିବା ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବା ପରେ ସରକାର ସମସ୍ତ କଟକଣାକୁ କୋହଳ କରିଥିଲେ । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ପୂର୍ବରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ଖୋଲିଥିଲା । ବର୍ତ୍ତମାନ ସ୍ଥିତି ସୁଧୁରୁଥିବାରୁ ଆସନ୍ତା ୯ ତାରିଖରୁ ସମସ୍ତ ଡିଗ୍ରୀ, ଡିପ୍ଲୋମୋ, ପଲିଟେକନିକ୍ ଓ ଆଇଟିଆଇ ଶିକ୍ଷାନୁଷ୍ଠାନ ଖୋଲିବାକୁ ଅନୁମତି ଦିଆଯାଇଛି । ବର୍ଷାଧିକ ସମୟ ବିଭିନ୍ନ ଶିକ୍ଷାନୁଷ୍ଠାନ କୋଭିଡ୍ ପାଇଁ ବନ୍ଦ ରହିବା ଫଳରେ ରାଜ୍ୟରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଛି । ତେଣୁ ବର୍ତ୍ତମାନ ପୁଣି ଥରେ ଶିକ୍ଷାକୁ ପୁରୁଣା ଟ୍ରାକକୁ ଫେରାଇ ଆଣିବାକୁ ସରକାର ସମସ୍ତ ପ୍ରକାର ପ୍ରସ୍ତୁତି ଚଳାଇଥିବା ଜଣାପଡ଼ିଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!