Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହିଳା ହକି ଟିମକୁ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

by ସଞ୍ଜୟ ସ୍ୱାଇଁ
August 6, 2021
in NATIONAL NEWS, Sports, State
ମହିଳା ହକି ଟିମକୁ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା
80
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ମହିଳା ହକି ଦଳ ଚତୁର୍ଥ ସ୍ଥାନରେ ରହିବା ପରେ ମହିଳା ହକି ଟିମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶଂସା କରିଛନ୍ତି। ଟୋକିଓରେ ମହିଳା ହକି ଦଳର ଲଢ଼ୁଆ ପ୍ରଦର୍ଶନ ପରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଲଢ଼ୁଆ ପ୍ରଦର୍ଶନ ଜାରି ରଖିବାକୁ ଓ ଆଗାମୀ ପୀଢ଼ିକୁ ପ୍ରେରଣା ଦେବାକୁ ଶୁଭେଛା ବାର୍ତ୍ତାରେ ଟୁଇଟ୍ କରି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ। ଏହାଛଡ଼ା ସେ ସମସ୍ତ ଖେଳାଳିଙ୍କ ଉଜ୍ଜଳ ଭବିଷ୍ୟତ କାମନା କରିଛନ୍ତି । ଏଣେ ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ମହିଳା ହକି ଦଳ ଚତୁର୍ଥ ସ୍ଥାନରେ ରହିବା ପରେ ଟୁଇଟ୍ କରି ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେ ଟୁଇଟରରେ ଲେଖିଛନ୍ତି, ଭାରତୀୟ ମହିଳା ହକି ଟିମ୍ ଅଳ୍ପକେ ପଦକରୁ ବଞ୍ଚିତ ହୋଇଛି । କିନ୍ତୁ ସେମାନେ ଯେଉଁଭଳି ଲଢ଼ୁଆ ଖେଳ ପ୍ରଦର୍ଶନ କରିଛନ୍ତି, ସାରା ଦେଶ ସେମାନଙ୍କ ପାଇଁ ଗର୍ବିତ । ସବୁ ଦିନ ମନେ ରହିବ ଭାରତୀୟ ମହିଳା ହକି ଟିମର ପ୍ରଦର୍ଶନ। ସେମାନେ ଚମତ୍କାର ଖେଳ ପ୍ରଦର୍ଶନ କରିଛନ୍ତି। ଟିମ୍ ଇଣ୍ଡିଆର ପ୍ରତ୍ୟେକ ଖେଳାଳି ଭଲ ପ୍ରଦର୍ଶନ କରିଛନ୍ତି। ସେମାନଙ୍କ ପ୍ରଦର୍ଶନ ଅନ୍ୟମାନଙ୍କୁ ପ୍ରେରଣା ଯୋଗାଇବ। ଏହା ନୂଆ ଭାରତର ସ୍ପିରିଟକୁ ଦର୍ଶାଉଛି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!