Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମନ୍ତ୍ର ଦେଲେ ମନ୍ତ୍ରୀ ପଦ୍ମନାଭ

ଦଳିୟ ସଂଗଠନକୁ ମଜବୁତ କରିବାକୁ ଆହ୍ୱାନ

by ସଞ୍ଜୟ ସ୍ୱାଇଁ
August 8, 2021
in Feature News
ମନ୍ତ୍ର ଦେଲେ ମନ୍ତ୍ରୀ ପଦ୍ମନାଭ
481
VIEWS
Share on FacebookShare on Twitter

ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତାକୁ ସୋସିଆଲ ମିଡିଆରେ ପ୍ରଚାର କର

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ନିର୍ବାଚନ ମଣ୍ଡଳୀର କର୍ମକର୍ତ୍ତା ସମ୍ମିଳନୀ ସ୍ଥାନୀୟ ଦଳିୟ କାର୍ଯ୍ୟାଳୟଠାରେ ରବିବାର ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ନିର୍ବାଚନ ମଣ୍ଡଳୀ ବିଜେଡି ସଭାପତି ଗଙ୍ଗାଧର ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ମୁଖ୍ୟ ଅତିଥି ଭାବେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ତଥା ନୟାଗଡ଼ ଜିଲ୍ଲା ପର୍ଯ୍ୟବେକ୍ଷକ ପଦ୍ମନାଭ ବେହେରା ଯୋଗ ଦେଇଥିଲେ । ଅନ୍ୟତମ ଅତିଥି ଭାବେ ନୟାଗଡ଼ ବିଧାୟକ ତଥା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ, ଜିଲ୍ଲା ବିଜେଡି ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗ ଦେଇଥିଲେ । ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ଆୟୋଜିତ ଏହି କର୍ମକର୍ତ୍ତା ସମ୍ମିଳନୀରେ ପର୍ଯ୍ୟବେକ୍ଷକ ଶ୍ରୀଯୁକ୍ତ ବେହେରା ସଂଗଠନକୁ ମଜଦୁତ କରିବାର ମନ୍ତ୍ର ଦେଇଛନ୍ତି । ଏଥିସହିତ ମୁଖ୍ୟମନ୍ତ୍ରୀ ଦୀର୍ଘ ବର୍ଷ ଶାସନ କାଳରେ ଓଡ଼ିଶା ଜନସାଧାରଣଙ୍କ ପାଇଁ କରିଥିବା ସଂଗ୍ରାମୀ ଏବଂ ପାଇଥିବା ଲୋକପ୍ରିୟତା ସାଧାରଣ ଜନତାଙ୍କ ପାଖରେ ପହଞ୍ଚାଇବା ପାଇଁ ଆହ୍ୱାନ ଦେଇଛନ୍ତି ।

ସେହିଭଳି ଭାବେ ଡିଜିଟାଲ ଯୁଗରେ ସୋସିଆଲ ମିଡିଆର ସାହାର ନେବାକୁ ମନ୍ତ୍ରୀ ଡ. ସାହୁ ଆହ୍ୱାନ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତାକୁ ସୋସିଆଲ ମିଡିଆ ମାଧ୍ୟମରେ ପ୍ରଚାର ଓ ପ୍ରସାର କରାଇ ଲୋକଙ୍କୁ ସଚେତନ କରିବାକୁ ପରାମର୍ଶ ଦେଇଛନ୍ତି । ଦଶପଲ୍ଲା ବିଧାୟକ ଶ୍ରୀଯୁକ୍ତ ବେହେରା ସଂଗଠନ ଓ ସଂଗଠନ ମଧ୍ୟରେ ସମନ୍ୱୟ ରଖି ପାରିଲେ ଦଳ ମଜବୁତ ହେବ ବୋଲି କହିଛନ୍ତି । ଏହି ବୈଠକରେ ଛାତ୍ର, ଯୁବ, ମହିଳା, କୃଷି ଏବଂ ଅନ୍ୟାନ ସଂଗଠନର ମୁଖ୍ୟମାନେ ଯୋଗ ଦେଇ ସେମାନଙ୍କର ମତ ବ୍ୟକ୍ତ କରିଛନ୍ତି । ଲୋକଙ୍କ ସମସ୍ୟା ଏବଂ ତାହାର ସମାଧାନ ପାଇଁ ସଂଗଠନ ଗୁଡ଼ିକ ବିଗତ ଦିନରେ ନେଇଥିବା ପଦକ୍ଷେପ ସଂମ୍ପର୍କରେ ଆଲୋଚନା କରିଛନ୍ତି । ସାଧାରଣ ଲୋକଙ୍କ ପାଇଁ ବିଜୁ ଜନତା ଦଳ ଉତ୍ତମ ଶାସନ ସୃଷ୍ଟି କରି ପାରିଥିବା ବୈଠକରେ ଆଲୋଚନା ହୋଇଛି । ଏହି କାର୍ଯ୍ୟକ୍ରମରେ ଯୁବ ବିଜେଡି ସଭାପତି ରମେଶ ଚନ୍ଦ୍ର ସାହୁ, କୃଷକ ନେତା ଜଗନ୍ନାଥ ପଣ୍ଡା, ମହିଳା ଜନତା ଦଳ ସଭାପତି ବିରଜା ଲକ୍ଷ୍ମୀ ସାହୁ, ପ୍ରଭାସିନୀ ନନ୍ଦ, ସମାଜସେବୀ ପୂର୍ଣ୍ଣଚନ୍ଦ୍ର ନାୟକ, ସୂର୍ଯ୍ୟ ନାରାୟଣ ଚୈାଧୁରୀ, ଲୋକନାଥ ସାହୁ, ବ୍ଲକ ଉପାଧ୍ୟକ୍ଷ ସୁବାସ କହଁରଙ୍କ ସମେତ ସମସ୍ତ ପଞ୍ଚାୟତ ସଭାପତି, ସରପଞ୍ଚ ଏବଂ ସମିତି ସଭ୍ୟ ଯୋଗ ଦେଇଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!