Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବେଆଇନ ଶିକ୍ଷାନୁଷ୍ଠାନରେ ପଢ଼ନ୍ତୁ ନାହିଁ – ଜିଲ୍ଲା କମ୍ପ୍ୟୁଟର ଶିକ୍ଷାନୁଷ୍ଠାନ

by ସଞ୍ଜୟ ସ୍ୱାଇଁ
August 11, 2021
in Education, Nayagarh, State
ବେଆଇନ ଶିକ୍ଷାନୁଷ୍ଠାନରେ ପଢ଼ନ୍ତୁ ନାହିଁ – ଜିଲ୍ଲା କମ୍ପ୍ୟୁଟର ଶିକ୍ଷାନୁଷ୍ଠାନ
533
VIEWS
Share on FacebookShare on Twitter

ନୟାଗଡ଼ (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା କମ୍ପ୍ୟୁଟର ଶିକ୍ଷାନୁଷ୍ଠାନ ସଂଘ ପକ୍ଷରୁ ଆଜି ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା । ନୟାଗଡ଼ ତ୍ରିନାଥ ଛକ ନିକଟସ୍ଥ ସତ୍ୟମ କମ୍ପ୍ୟୁଟର ଇନଷ୍ଟିଚ୍ୟୁଟ ଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଛାତ୍ରଛାତ୍ରୀ ମାନେ ବେଆଇନ କମ୍ପ୍ୟୁଟର ଇନଷ୍ଟିଚ୍ୟୁଟରେ ନପଢ଼ିବା ପାଇଁ ଦାବି କରାଯାଇଛି । ସରକାରଙ୍କ ସିକୃତି ପ୍ରାପ୍ତ ଅନୁଷ୍ଠାନରେ ପାଠ ପଢ଼ିବା ପାଇଁ ଛାତ୍ରଛାତ୍ରୀଙ୍କୁ ଅନୁରୋଧ କରାଯାଇଛି । ଅନୁଷ୍ଠାନର ସଭାପତି ଧୀରେନ୍ଦ୍ର ପଟ୍ଟନାୟକ ଉପସଭାପତି ଶିଶିର ରଞ୍ଜନ ସାହୁ, ସମ୍ପାଦକ ପ୍ରଫୁଲ୍ଲ କୁମାର ମହାନ୍ତି, ସହସମ୍ପାଦକ ନିର୍ମଳ କୁମାର ହୋତା ପ୍ରମ୍ମୁଖ ଯୋଗ ଦେଇଥିଲେ । ସୂଚନାନୁସାରେ ବର୍ତ୍ତମାନ ରାଜ୍ୟରେ ୧୦ ହଜାରରୁ ଉଦ୍ଧ୍ୱର୍ ବେଆଇନ କମ୍ପ୍ୟୁଟର ତାଲିମ କେନ୍ଦ୍ର ଖୋଲିଛି । ଉକ୍ତ ଅନୁଷ୍ଠାନ ମାନଙ୍କ ଲାଗି ଅନେକ ଛାତ୍ରଛାତ୍ରୀ ସମସ୍ୟାର ସମ୍ମୁଖିନ ହୋଇଛନ୍ତି । ରାଜ୍ୟରେ ଏବେ ଅନେକ ଏନଜିଓ ଏବଂ ଅଣଅନୁମୋଦିତ ଶିକ୍ଷାନୁଷ୍ଠାନ ଶୋସାଇଟ ରେଜିଷ୍ଟ୍ରେସନ ଆକ୍ଟ – ୧୮୬୦ ରେ ପଞ୍ଜିକୃତ କରାଇ ଡିସିଏ ଓ ପିଜିଡିସିଏ ସାର୍ଟିଫିକେଟ ପ୍ରଦାନ କରୁଛନ୍ତି । ଏଆଇସିଟି, ଏନସିଭିଟି କିମ୍ବା କୌଣସି ବିଶ୍ୱ ବିଦ୍ୟାଳୟଠାରୁ ଅନୁମୋଦନ ନଆଣି ସାର୍ଟିିଫିକେଟ ପ୍ରଦାନ କରିବା ସମ୍ପୂର୍ଣ୍ଣ ବେଆଇନ ଅଟେ । ଏହି ସଂସ୍ଥା ମାନଙ୍କ ପ୍ରତି ନଜର ରଖିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି । ରାଜ୍ୟ ରାଜସ୍ୱ ପ୍ରସଙ୍ଗ ପକ୍ଷରୁ ସମସ୍ତ ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ତଥା ଅତିରିକ୍ତ ପଞ୍ଜିକରଣ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଯଦି କୌଣସି ସଂସ୍ଥା ଏନଜିଓ କିମ୍ବା ସୋସାଇଟ ଆଇନ ୧୮୬୦ରେ ନିଜକୁ ପଞ୍ଜିକୃତ କରାଇ ଡିସିଏ, ପିଜିଡିସିଏ ଭଳି ପ୍ରମାଣ ପତ୍ର ଦେଉଛନ୍ତି ସେମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ସରକାର ଚିଠି କରିଛନ୍ତି । ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତିକୁ ନୟାଗଡ଼ ଜିଲ୍ଲା କମ୍ପ୍ୟୁଟର ଶିକ୍ଷାନୁଷ୍ଠାନ ସଂଘ ପକ୍ଷରୁ ସ୍ୱାଗତ କରାଯାଉଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!