Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ତୃତୀୟ ଲହର ଆସୁ ବା ନ ଆସୁ ଆମେ ପ୍ରସ୍ତୁତ ରହିବା ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

by ସଞ୍ଜୟ ସ୍ୱାଇଁ
August 12, 2021
in Health, State
ତୃତୀୟ ଲହର ଆସୁ ବା ନ ଆସୁ ଆମେ ପ୍ରସ୍ତୁତ ରହିବା ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ
70
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବର୍ତ୍ତମାନ କରୋନାର ଦ୍ଵିତୀୟ ଲହରରେ ଆମେ ଅଛେ । ସଂକ୍ରମଣ ଏବେବି ରହିଛି । ଯେଉଁ ଏରିଆରେ ଅଧିକ ଲୋକ ରହୁଛନ୍ତି, ସେଠି ସଂକ୍ରମଣ ରହୁଛି । ଅନ୍ୟ ରାଜ୍ୟ, ଅନ୍ୟ ଦେଶରେ ସଂକ୍ରମଣ ବଢ଼ିଲାଣି । ସେହିଭଳି ଭାବେ ସଦାସର୍ବଦା ଆମକୁ ସତର୍କ ରହିବାକୁ ପଡ଼ିବ । ସାବଧାନ ରହିବାକୁ ପଡ଼ିବ । କମ୍ୟୁନିଟି କୁ ଅନୁରୋଧ କରିବୁ, ନିୟମ ମାନନ୍ତୁ । ତାହେଲେ ଆମେ କରୋନାକୁ ନିୟନ୍ତ୍ରଣ କରିପାରିବା । ତୃତୀୟ ଲହର ଆସୁ ବା ନ ଆସୁ ଆମେ ପ୍ରସ୍ତୁତ ରହିବା ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର । ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ଜେନେରାଲ ବେଡ଼ ଯେତିକି ବଢ଼ିବା କଥା ସେତିକି ବଢ଼ିଛି । ସରକାରଙ୍କ ଗାଇଡ଼ ଲାଇନ ଅନୁସାରେ ପେଡ଼ିଆଟ୍ରିକ ବେଡ଼ ସଂଖ୍ୟା ବଢିବା ନେଇ ପ୍ରସ୍ତୁତି ଚାଲିଛି । ଉପକରଣ, ଅକ୍ସିଜେନ, ଭିତ୍ତିଭୂମି ମହଜୁଦ ରହିଛି । ଅକ୍ସିଜେନ ପ୍ଲାଣ୍ଟର ବ୍ୟବସ୍ଥା ମଧ୍ୟ କରାଯାଉଛି । ଡ୍ରଗ୍ସ ଚାହିଦା ଅନୁଯାୟୀ ପୂର୍ବାପେକ୍ଷା ଅଧିକ ରହିଛି । ଯେହେତୁ ଶିଶୁମାନେ ଅଧିକ ଆକ୍ରାନ୍ତ ହେବାର ସମ୍ଭାବନା ରହିଛି, ତା ପାଇଁ ଆବଶ୍ୟକ ଟ୍ରେନିଂ ଦିଆଯାଉଛି । ଉପରୁ ତଳ ସ୍ତର ଯାଏ ସମସ୍ତଙ୍କୁ ଟ୍ରେନିଂ ଦିଆଯାଉଛି । ଜୁଲାଇ ପରେ ଅଗଷ୍ଟ ବି ଆଣିଦେଇଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧୦୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୧୧୮୨ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୬୪୬ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୪୬୧ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି। ରାଜ୍ୟରେ ୧୦୮୫୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୭୩୫୭୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୬୮୧୭୨୯୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!