Monday, September 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଣପୁର ସ୍ଥିତ ସାଳିଆ-ଭାଲେରୀ କେନାଲ ବନ୍ଧ ନିକଟରେ ଯୁବକଙ୍କ ମୃତଦେହ

by ସଞ୍ଜୟ ସ୍ୱାଇଁ
August 13, 2021
in Crime, State
ବାଣପୁର ସ୍ଥିତ ସାଳିଆ-ଭାଲେରୀ କେନାଲ ବନ୍ଧ ନିକଟରେ ଯୁବକଙ୍କ ମୃତଦେହ
66
VIEWS
Share on FacebookShare on Twitter

ଟାଙ୍ଗୀ, (ବାଘୁଆବାର୍ତ୍ତା): ଖୋର୍ଦ୍ଧା ଜିଲ୍ଲାର ବାଣପୁର ସ୍ଥିତ ସାଳିଆ-ଭାଲେରୀ କେନାଲ ବନ୍ଧ ନିକଟରେ ପଡ଼ିଛି ଯୁବକଙ୍କ ମୃତଦେହ। ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ । ମୃତକ ଜଣଙ୍କ ହେଉଛନ୍ତି ଖୋର୍ଦ୍ଧା ଜିଲ୍ଲାର ବାଣପୁର ଥାନା ଅଧିନସ୍ଥ ଝିଣ୍ଟିକା-ପଲ୍ଲୀ ଗ୍ରାମର କାହ୍ନୁ ପରିଡ଼ା। କାହ୍ନୁଙ୍କ ଶରୀରର ଅନେକ ସ୍ଥାନରେ କ୍ଷତ ଚିହ୍ନ ରହିଛି । ବାଣପୁର ଥାନା ପକ୍ଷରୁ ଘଟଣାର ଛାନଭିନ୍ ଆରମ୍ଭ ହୋଇଛି । କୈ।ଣସି ଧାରୁଆ ଅସ୍ତ୍ରରେ ଏକାଧିକ ଲୋକ କାହ୍ନୁଙ୍କୁ ହତ୍ୟା କରିଥିବା ପୋଲିସ ପ୍ରାଥମିକ ତଦନ୍ତରୁ ସ୍ପଷ୍ଟ କରିଛି । ଅପର ପକ୍ଷରେ ମୃତକଙ୍କ ପରିବାର ଲୋକ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଚିହ୍ନଟ କରିବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି। ଗତକାଲି ବିଳମ୍ବିତ ରାତ୍ରରେ କାହ୍ନୁ ଏକ ଫୋନ କଲ୍ ପାଇ ଘରୁ ବାହାରି ଆସିଥିଲେ। ହେଲେ ଆଉ ଫେରି ନଥିଲେ। ତାଙ୍କୁ କେହି ଘରୁ ଡାକିନେଇ ହତ୍ୟା କରିଛନ୍ତି ବୋଲି କାହ୍ନୁଙ୍କ ପରିବାର ଲୋକ ଅଭିଯୋଗ କରୁଛନ୍ତି। ସେପଟେ ସାଇଣ୍ଟଫିକ୍ ଟିମ୍ ଆସି ତଦନ୍ତ କରିବା ପରେ ତଦନ୍ତ ପ୍ରକ୍ରିୟା ଜୋରଦାର କରାଯିବ ବୋଲି ଥାନା ନିରୀକ୍ଷକ କହିଛନ୍ତି । ଶବ ବ୍ୟବଚ୍ଛେଦ ପରେ ପୋଲିସ ହତ୍ୟାକାରୀ ଧରିବାରେ ସଫଳ ହେବ ବୋଲି ବାଲୁଗାଁ ଏସଡିପିଓ ମାନସ ରଞ୍ଜନ ବାରିକ ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!