Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୂଆ ରୂପରେ ଲାଗୁ ହେବ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା, ସାଢ଼େ ତିନି କୋଟି ଲୋକଙ୍କୁ ମିଳିବ ସ୍ମାର୍ଟ ହେଲ୍‌ଥ କାର୍ଡ

by ସଞ୍ଜୟ ସ୍ୱାଇଁ
August 15, 2021
in Health, State
CM Seeks 95% Vaccine Allocation for Odisha
150
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟରେ ନୂଆ ରୂପରେ ଲାଗୁ ହେବ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା। ଏଥିରେ ସାଢ଼େ ତିନି କୋଟି ଲୋକଙ୍କୁ ମିଳିବ ସ୍ମାର୍ଟ ହେଲ୍‌ଥ କାର୍ଡ। ପର୍ୟ୍ୟାୟକ୍ରମେ ସାରା ରାଜ୍ୟରେ ଏହି କାର୍ଡ ପ୍ରଦାନ କରାଯିବ।’ ଆଜି ରାଜଧାନୀ ଭୁବନେଶ୍ୱରର ପ୍ରଦର୍ଶନୀ ପଡ଼ିଆରେ ୭୫ତମ ରାଜ୍ୟ ସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସମ୍ବୋଧିତ କରି ଏହି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ସାରା ଓଡ଼ିଶା ମୋ ପରିବାର। ମୋ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଯେତେବେଳେ ଲୋକମାନେ ଚିକିତ୍ସା ପାଇଁ ଜମି ବିକିବା, ସୁନା ବିକିବା ଓ ପିଲାଙ୍କ ପାଠପଢ଼ା ବନ୍ଦ କରିବା ଖବର ମିଳେ, ସେତେବେଳେ ମୋତେ ବହୁତ କଷ୍ଟ ଲାଗେ । ଲୋକଙ୍କର ଏହି ଦୁଃଖ ଦୂର କରିବା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ନୂଆ ରୂପରେ ଲାଗୁ କରାଯିବ। ଏଥିପାଇଁ ସାଢ଼େ ତିନି କୋଟି ଲୋକଙ୍କୁ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଗାଇ ଦିଆଯିବ। ଏଭଳି ସ୍ମାର୍ଟ ହେଲ୍‌ଥ କାର୍ଡ ଦେବାରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟ ହେବ। ସେ କହିଛନ୍ତି, ଜାତୀୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ଅନ୍ନପୂର୍ଣ୍ଣା ଓ ଅନ୍ତଦ୍ୟୋୟ ହିତାଧିକାରୀ- ସମସ୍ତଙ୍କୁ ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ମିଳିବ। ଏଥିରେ ପରିବାର ପାଇଁ ୫ ଲକ୍ଷ ଟଙ୍କା ପର୍ୟ୍ୟନ୍ତ ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ୟ୍ୟନ୍ତ ଚିକିତ୍ସା ସୁବିଧା ପ୍ରତି ବର୍ଷ ମିଳିବ। ଓଡ଼ିଶା ସମେତ ସାରା ଦେଶର ୨୦୦ରୁ ଅଧିକ ବଡ଼ ବଡ଼ ହସ୍‌ପିଟାଲ ଚେନ୍‌ ମାନଙ୍କରେ ମାଗଣାରେ ଚିକିତ୍ସା ସୁବିଧା ମିଳିବ। ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଏହା ସାରା ଦେଶରେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ନୂଆ ଇତିହାସ ସୃଷ୍ଟି କରିବ। ରାଜ୍ୟବାସୀଙ୍କ ସ୍ୱାସ୍ଥ୍ୟ ନିରାପତ୍ତାକୁ ଆହୁରି ସୁଦୃଢ଼ କରିବାରେ ଏହି ବ୍ୟବସ୍ଥା ବିଶେଷ ଭାବେ ସହାୟକ ହେବ। ରାଜ୍ୟରେ ସ୍ୱାସ୍ଥ୍ୟ ସେବା ବିକାଶରେ ଏହା ଏକ ନୂଆ ଯୁଗ ଆରମ୍ଭ କରିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ହକି ଦଳ ପଦକ ଜିତିଥିବାରୁ ଖୁସି ବ୍ୟକ୍ତ କରିବା ସହିତ ଆଗାମୀ ଦିନରେ ଏହାକୁ ବିଶ୍ୱର ଶ୍ରେଷ୍ଠ ଦଳରେ ପରିଣତ କରିବାକୁ ସବୁ ପ୍ରକାର ସହଯୋଗ କରାଯିବ ବୋଲି ଘୋଷଣା କରିଛନ୍ତି। ସେହିପରି ମୋ ସ୍କୁଲ ଅଭିଯାନରେ ୫ ଲକ୍ଷରୁ ଅଧିକ ପୁରାତନ ଛାତ୍ରଛାତ୍ରୀ ୩୨ ହଜାରରୁ ଅଧିକ ସ୍କୁଲର ବିକାଶ ପାଇଁ ଆଗେଇ ଆସିଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି । ସେ କହିଛନ୍ତି, କୋଭିଡ ସମୟରେ ଦେଶର ୧୭ଟି ରାଜ୍ୟକୁ ଦୁଇ ମାସ ଧରି ମେଡିକାଲ ଅକ୍ସିଜେନ ନିରନ୍ତର ଭାବରେ ଯୋଗାଇ ଓଡ଼ିଶା ବହୁ ମୂଲ୍ୟବାନ ଜୀବନ ବଞ୍ଚାଇପାରିଛି। ଏହା ଓଡ଼ିଶା ପାଇଁ ଗର୍ବର ବିଷୟ। ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟ ସ୍ତରୀୟ ୭୫ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରି ଅଭିବାଦନ ଗ୍ରହଣ କରିଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!