Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚାଷୀ ନାମ ପଂଜୀକରଣ ସମୟସୀମା ଅଗଷ୍ଟ ୨୩କୁ ବୃଦ୍ଧି

by ସଞ୍ଜୟ ସ୍ୱାଇଁ
August 16, 2021
in Feature News
ଚାଷୀ ନାମ ପଂଜୀକରଣ ସମୟସୀମା ଅଗଷ୍ଟ ୨୩କୁ ବୃଦ୍ଧି
217
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ରାଜ୍ୟରେ ଚଳିତ ଖରିଫ ଧାନସଂଗ୍ରହ ନିମନ୍ତେ ଚାଷୀମାନଙ୍କ ନାମ ପଂଜୀକରଣର ସମୟସୀମାକୁ ବୃଦ୍ଧି କରାଯାଇଛି । ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ ଅଗଷ୍ଟ ୧୬ ତାରିଖ ଶେଷ ତାରିଖ ଥିବାବେଳେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ପରାମର୍ଶ କ୍ରମେ ବିଭାଗ ପକ୍ଷରୁ ଏହି ସମୟସୀମାକୁ ଅଗଷ୍ଟ ୨୩ ତାରିଖକୁ ବୃଦ୍ଧି କରାଯାଇଛି । ଆଜି ଏହି ମର୍ମରେ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ପତ୍ର ଲେଖାଯାଇଛି । ସଂପୃକ୍ତ ପ୍ୟାକସ୍‌/ଲ୍ୟାମ୍ପସ୍‌, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ, ପାଣି ପଞ୍ଚାୟତ ମାଧ୍ୟମରେ ବର୍ଦ୍ଧିତ ସମୟସୀମା ସଂପର୍କରେ ଚାଷୀମାନଙ୍କୁ ଅବଗତ କରାଇବା ପାଇଁ ପଦକ୍ଷେପ ନେବା ପାଇଁ ଜିଲ୍ଲାପାଳ ଏବଂ ସମବାୟ ସମିତି ସମୂହର ରେଜିଷ୍ଟ୍ରାରଙ୍କୁ ଅନୁରୋଧ କରାଯାଇଛି । ଯେଉଁ ଚାଷୀମାନେ ଏ ପର୍ଯ୍ୟନ୍ତ ସୋସାଇଟିରେ ସେମାନଙ୍କ ନାମ ପଂଜୀକରଣ କରିପାରି ନାହାନ୍ତି, ସେମାନେ ଏହା ଦ୍ୱାରା ଉପକୃତ ହେବେ ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଛନ୍ତି । ଚାଷୀମାନେ ନାମ ପଂଜୀକରଣ ନିମନ୍ତେ ଆବଶ୍ୟକୀୟ ଦସ୍ତାବିଜ୍‌ ସହିତ ନିକଟସ୍ଥ ସୋସାଇଟିକୁ ଯାଇ ନିଜ ନାମ ପଂଜୀକରଣ କରାଇନେବାକୁ ମନ୍ତ୍ରୀ ଶ୍ରୀ ସ୍ୱାଇଁ ଅନୁରୋଧ କରିଛନ୍ତି । ଚାଷୀମାନେ ସୋସାଇଟିରେ ସେମାନଙ୍କର ନାମ ପଂଜୀକରଣ କରିବା ପାଇଁ ଯିବାବେଳେ ସାମାଜିକ ଦୂରତ୍ୱ, ମାସ୍କ ପରିଧାନ ଓ କୋଭିଡ୍‌ ମାର୍ଗଦର୍ଶିକାକୁ କଡ଼ାକଡ଼ି ଭାବେ ଅନୁପାଳନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଚଳିତ ଖରିଫ ଧାନ ସଂଗ୍ରହ ନିମନ୍ତେ ଗତକାଲି ସୁଦ୍ଧା ୧୦ ଲକ୍ଷ ୧୪ ହଜାର ୭୩୫ ଜଣ ଚାଷୀ ସେମାନଙ୍କ ନାମ ପଂଜୀକରଣ କରିସାରିଛନ୍ତି । ରାଜ୍ୟର ୨,୮୮୧ଟି ସୋସାଇଟି ମାଧ୍ୟମରେ ଏହି ଚାଷୀ ନାମ ପଂଜୀକରଣ କରାଯାଉଛି । ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ ଖରିଫ ଧାନ ସଂଗ୍ରହ ନିମନ୍ତେ ନାମ ପଂଜୀକରଣ କରାଯାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!