ଭୁବନେଶ୍ୱର,(ବାଘୁଆବାର୍ତ୍ତା) : ଭୁବନେଶ୍ୱରରେ ପହଞ୍ଚିଛନ୍ତି ଭାରତୀୟ ହକି ଟିମ୍। ବ୍ରିଲିଆଣ୍ଟ ଇନ ବ୍ଳୁ ପହଞ୍ଚିବା ପରେ ଦିଆଯାଉଛି ଭବ୍ୟ ସମ୍ବର୍ଦ୍ଧନା। ପୁରୁଷ ହକି ଟିମ୍ ବ୍ରୋଂଜ ମେଡାଲ ଜିତିବା ପରେ ଓଡ଼ିଶା ଆସିବା ପାଇଁ ଆମନ୍ତ୍ରଣ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେହିପରି ମହିଳା ଦଳକୁ ମଧ୍ୟ ଆମନ୍ତ୍ରଣ କରିଥିଲେ । ପୁରୁଷ ହକି ଦଳ ଚାରି ଦଶନ୍ଧି ପରେ ଟୋକିଓ ଅଲିମ୍ପିକ୍ସରେ ବ୍ରୋଂଜ ମେଡାଲ ଜିତି ଇତିହାସ ରଚିଛନ୍ତି । ଭୁବନେଶ୍ୱରରେ ପହଞ୍ଚିବା ପରେ ବିଶାଳ ପ୍ରୋସେସନରେ ହୋଟେଲକୁ ନିଆଯାଉଛି। ମାଦଳ ଠାରୁ ଆରମ୍ଭ କରି ଘୋଡ଼ା ବାଘ ଭାଲୁ ନାଚରେ ତାଙ୍କୁ ସ୍ୱାଗତ କରାଯାଇଛି। ମାଦଳ ଏବଂ ଶଂଙ୍ଖ ଶବ୍ଦରେ ଉଛୁଳି ପଡ଼ିଛି ବିମାନବନ୍ଦର ପାଖ। ଉଭୟ ପୁରୁଷ ଏବଂ ମହିଳା ହକି ଦଳକୁ ଏବେ ହୋଟେଲକୁ ନିଆଯାଉଛି।






