Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଫସଲବୀମା ଯୋଜନାରେ ଅଧିକରୁ ଅଧିକ ଚାଷୀଙ୍କୁ ଅନ୍ତର୍ଭୁକ୍ତ କରାଯିବା ଆବଶ୍ୟକ

ସମସ୍ତ ଉଠାଜଳସେଚନ ପ୍ରକଳ୍ପକୁ ତୁରନ୍ତ କାର୍ଯ୍ୟକ୍ଷମ କରାଯିବକୁ ନିର୍ଦ୍ଦେଶ

by ସଞ୍ଜୟ ସ୍ୱାଇଁ
August 17, 2021
in Feature News
ଫସଲବୀମା ଯୋଜନାରେ ଅଧିକରୁ ଅଧିକ ଚାଷୀଙ୍କୁ ଅନ୍ତର୍ଭୁକ୍ତ କରାଯିବା ଆବଶ୍ୟକ
127
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଚଳିତ ଖରିଫରେ ରାଜ୍ୟରେ କମ୍‌ ବର୍ଷା ହୋଇଥିବା ପରିପ୍ରେକ୍ଷୀରେ ସମ୍ଭାବ୍ୟ ଫସଲ କ୍ଷିକୁ ରୋକିବା ଦିଗରେ ଆବଶ୍ୟକ ପଦକ୍ଷେପ ନେବା ନିମନ୍ତେ ଆଜି କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏବଂ ସମବାୟ ବିଭାଗର ମନ୍ତ୍ରୀସ୍ତରୀୟ ଯୁଗ୍ମ ବୈଠକ ଅୁଷ୍ଠି ହୋଇଯାଇଛି । ବୈଠକରେ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଏବଂ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ସମେତ ବିଭାଗୀୟ ସଚିବ ଓ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ । ଯେଉଁସବୁ ସ୍ଥାନରେ କମ୍‌ ବୃଷ୍ଟିପାତ ହୋଇଛି, ସେଠାରେ ଉଠାଜଳସେଚନ ପ୍ରକଳ୍ପ ସାହାଯ୍ୟରେ ଜଳସେଚନ କରିବା ପାଇଁ ନିର୍ଦ୍ଦେଶ ଦିଆଯିବା ସହିତ ସମସ୍ତ ଉଠାଜଳସେଚନ ପ୍ରକଳ୍ପକୁ ତୁରନ୍ତ କାର୍ଯ୍ୟକ୍ଷମ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏଥି ସହିତ ବୃହତ୍‌ ଓ ମଧ୍ୟମ ଜଳସେଚନ ପାଇଁ କେନାଲ ଜଳ ନିଷ୍କାସନ ଉପରେ ବୈଠକରେ ଗୁରୁତ୍ୱ ଦଆଯାଇଛି । କୃଷି, ସମବାୟ ଓ ଜଳସଂପଦ ବିଭାଗର କ୍ଷେତ୍ର ଅଧିକାରୀମାନେ ମିଳିତ ଭାବେ ଚାଷଜମି ଅନୁଧ୍ୟାନ କରି କଣ୍ଟିଜେଣ୍ଟ ପ୍ଲାନ୍‌ ପ୍ରସ୍ତୁତ ସହ ବିହିତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି । କ୍ଷେତ୍ର ଅଧିକାରୀମାନେ କ୍ଷେତ୍ର ପରିଦର୍ଶନ କରି ଧାନ ଫସଲର ସଦ୍ୟତମ ସ୍ଥିତି ସଂପର୍କରେ ନିୟମିତ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶାଳୟକୁ ଅବଗତ କରାଇବା ପାଇଁ କୁହାଯାଇଛି । ବୈଠକରେ ମନ୍ତ୍ରୀ ଡ.ସାହୁ କହିଲେ ଯେ ପ୍ରଭାବିତ କ୍ଷେତ୍ରଗୁଡ଼ିକରେ ସେପେଫମ୍ବର ମାସରେ ପ୍ରାକ୍‌ରବିରେ ଅଣଧାନ ଓ ବିକଳ୍ପ ଚାଷ କରିବା ପାଇଁ ଚାଷୀମାନଙ୍କୁ ପରାମର୍ଶ ଦେବା ଆବଶ୍ୟକ । ଜିଲ୍ଲାସ୍ତରରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ନିୟମିତ ସଂପୃକ୍ତ ବିଭାଗର ଅଧିକାରୀମାନଙ୍କ ସହ ସମନ୍ୱୟ ବୈଠକ କରି କାର୍ଯ୍ୟପନ୍ଥା ଗ୍ରହଣ କରିବା ନିମନ୍ତେ ମନ୍ତ୍ରୀ ଡ.ସାହୁ ପରାମର୍ଶ ଦେଇଛନ୍ତି । ବୈଠକରେ ସମବାୟ ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଲେ ଯେ ଫସଲବୀମା ଯୋଜନାରେ ଅଧିକରୁ ଅଧିକ ଚାଷୀଙ୍କୁ ଅନ୍ତର୍ଭୁକ୍ତ କରାଯିବା ଆବଶ୍ୟକ, ଯେପରି ଫସଲ କ୍ଷତି ହେଲେ କ୍ଷତି ଭରଣା କରାଯାଇପାରିବ । ଏଥି ସହିତ ବୀମା କମ୍ପାନୀ ଦ୍ୱାରା କ୍ଷତିଗ୍ରସ୍ତ ଚାଷୀମାନେ ଯେପରି ତୁରନ୍ତ କ୍ଷତିପୂରଣ ପାଇପାରିବେ ସେଥି ନିମନ୍ତେ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛନ୍ତି । ସମବାୟ ବିଭାଗ ପକ୍ଷରୁ ଚାଷୀମାନଙ୍କୁ ଅଧିକ ଫସଲ ଋଣ ପ୍ରଦାନ ନିମନ୍ତେ ପଦକ୍ଷେପ ନିଆଯାଉଛି ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଛନ୍ତି । ଏତଦ୍‌ବ୍ୟତୀତ କୃଷି ଶ୍ରମଜୀବୀମାନଙ୍କୁ ଏମ୍‌ଜିଏନ୍‌ଆର୍‌ଜିଏରେ କର୍ମସଂସ୍ଥାନ ଯୋଗାଇଦେଇ ରୋଜଗାରକ୍ଷମ କରାଯିବାକୁ ପଦକ୍ଷେପ ନିଆଯିବ ଆବଶ୍ୟକ ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଛନ୍ତି ।
ବୈଠକରେ କୃଷି ଓ ସଂପୃକ୍ତ ବିଭାଗର ସମସ୍ତ କର୍ମଚାରୀ ମୁଖ୍ୟ ଦପ୍ତରରେ ଉପସ୍ଥିତ ରହି ପରିସ୍ଥିତି ଉପରେ ନଜର ରଖିବା ସହିତ ଚାଷୀମାନଙ୍କୁ ଆବଶ୍ୟକ କୃଷି ଉପଦେଶ ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର ସଂପ୍ରସାରଣ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ନିଅଣ୍ଟିଆ ବର୍ଷା ପରିପ୍ରେକ୍ଷୀରେ ଚାଷୀମାନଙ୍କ ନିମନ୍ତେ ଆଡ୍‌ଭାଇଜାରି ଜାରି କରାଯାଇଛି ।
ବୈଠକରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠଙ୍କ ସମେତ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଡ.ଏମ୍‌. ମୁଥୁକୁମାର, ସମବାୟ ସମିତି ସମୂହର ରେଜିଷ୍ଟ୍ରାର ଶ୍ରୀ ସୁଶାନ୍ତ କୁମାର ବାରିକ, ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଗୋପବନ୍ଧୁ ଶତପଥୀ, ଜଳସଂପଦ ବିଭାଗର ଯନ୍ତ୍ରୀମୁଖ୍ୟ ତଥା ସ୍ୱତନ୍ତ୍ର ଶାସନ ସଚିବ ଅସୀମ କୁମାର ମହାପାତ୍ର, ମହାନଦୀ-କାଠଯୋଡ଼ି ସିଷ୍ଟମର ମୁଖ୍ୟଯନ୍ତ୍ରୀ ଭକ୍ତଚରଣ ମହାନ୍ତି, ମେଗା ଲିଫଫ ଇରିଗେସନ୍‌ର ମୁଖ୍ୟଯନ୍ତ୍ରୀ ଚିନ୍ମୟ ରଂଜନ ରାଉତ, ଓୟୁଏଟିର ଡିନ୍‌ ସଂପ୍ରସାରଣ ପ୍ରଫେସର ପି.ଜେ. ମିଶ୍ରଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!