Thursday, October 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଟୋ ଓ ବୋଲେରୋ ମୁହାଁମୁହିଁ ଧକ୍କା ଫଳରେ ୨ ଜଣ ଗୁରୁତର, ୭ରୁ ଅଧିକ ଆହତ ହୋଇଛନ୍ତି

by ସଞ୍ଜୟ ସ୍ୱାଇଁ
August 19, 2021
in Accident, State
ଅଟୋ ଓ ବୋଲେରୋ ମୁହାଁମୁହିଁ ଧକ୍କା ଫଳରେ ୨ ଜଣ ଗୁରୁତର, ୭ରୁ ଅଧିକ ଆହତ ହୋଇଛନ୍ତି
48
VIEWS
Share on FacebookShare on Twitter

ଉଦଳା, (ବାଘୁଆବାର୍ତ୍ତା): ବୋଲେରୋ-ଅଟୋ ମୁହାଁମୁହିଁ ଧକ୍କା । ଦୁର୍ଘଟଣା ଫଳରେ ୨ ଜଣ ଗୁରୁତର ହୋଇଥିବା ବେଳେ ୭ରୁ ଅଧିକ ଆହତ ହୋଇଛନ୍ତି । ଏହି ଦୁର୍ଘଟଣା ଘଟିଛି ଉଦଳା-କପ୍ତିପଦା ରାସ୍ତାର ହୋଣ୍ଡା ସୋ’ ରୁମ୍‌ ନିକଟରେ । କପ୍ତିପଦା ଥାନା ଶାଳଚୁଆ ବିଦ୍ୟାଧର ନଗରର ୯ ଜଣ ଶ୍ରମିକ ଏକ ଅଟୋରେ ଉଦଳା ଥାନା ରାଢୋ ଅଞ୍ଚଳକୁ ଆସୁଥିଲେ । ରାଢୋ ଗ୍ରାମରେ ସେମାନେ ବିଲରେ ତଳିରୁଆ କାମ କରିବା ପାଇଁ ଆସୁଥିବା ବେଳେ ଉଦଳା-କପ୍ତିପଦା ରାଜ୍ୟ ରାଜପଥର ହୋଣ୍ଡା ସୋ’ ରୁମ୍‌ ନିକଟରେ ରାସ୍ତାରେ ଏକ ଗୋରୁ ରହିଥିବାରୁ ବିପରୀତ ଦିଗରୁ ଆସୁଥିବା ଏକ ବୋଲେରୋକୁ ଅଟୋଟି ମୁହାଁମୁହିଁ ଧକ୍କା ଦେଇଥିଲା । ପରେ ଉଭୟ ଗାଡି ରାସ୍ତା ପାର୍ଶ୍ବକୁ ଓଲଟି ପଡିଥିଲା । ଖବର ପାଇ ଉଦଳା ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଅଟୋ ଭିତରେ ଫଶି ରହିଥିବା ଶ୍ରମିକଙ୍କୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ଉଦଳା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ତେବେ ଅଟୋରେ ୯ଜଣ ଶ୍ରମିକ ରହିଥିବା ବେଳେ ସେମାନଙ୍କ ମଧ୍ୟରୁ ୮ଜଣ ମହିଳା ରହିଥିଲେ । ୯ଜଣଙ୍କ ମଧ୍ୟରୁ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ରହିଥିବା ବେଳେ ଅନ୍ୟମାନେ ଆହତ ହୋଇଛି। ଉଦଳା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!