Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୂଆ ନିର୍ଦ୍ଦେଶନାମା ଜାରି କରିଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ

by ସଞ୍ଜୟ ସ୍ୱାଇଁ
August 19, 2021
in Health, State
ନୂଆ ନିର୍ଦ୍ଦେଶନାମା ଜାରି କରିଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
152
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ରୋଗୀ ସେବା ନେଇ ନୂଆ ନିର୍ଦ୍ଦେଶନାମା ଜାରି କରିଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସରକାରୀ ଡାକ୍ତରଖାନାକୁ ଆସୁଥିବା ରୋଗୀଙ୍କୁ କେବଳ ସ୍ୱାସ୍ଥ୍ୟକର୍ମୀ ହିଁ ଦେଖିପାରିବେ ବୋଲି ନିର୍ଦ୍ଦେଶନାମା ଜାରି କରିଛି ସ୍ୱାସ୍ଥ୍ୟ ବିଭାଗ। ନିର୍ଦ୍ଦେଶନାମାରେ କଡାକଡି ଭାବେ ଉଲ୍ଲେଖ କରାଯାଇଛି ଯେ, ସ୍ୱାସ୍ଥ୍ୟକର୍ମୀଙ୍କୁ ବାଦ୍ ଦେଇ ଅନ୍ୟ କେହି ରୋଗୀଙ୍କୁ ଦେଖିପାରିବେ ନାହିଁ। ଗଞ୍ଜାମ ହିଂଜିଳିକାଟୁ ଉପଖଣ୍ଡ ସ୍ୱାସ୍ଥ୍ୟକେନ୍ଦ୍ରରେ ସିକ୍ୟୁରିଟି ଗାର୍ଡ ରୋଗୀଙ୍କୁ ଦେଖୁଥିବା ଘଟଣା ସାମ୍ନାକୁ ଆସିଥିଲା। ଡ଼ାକ୍ତର କି ନର୍ସ କେହି ନଥିବା ବେଳେ ସିକ୍ୟୁରିଟି ଗାର୍ଡ଼ ଏକ ବିପି ମେସିନ ଆଣି ରୋଗୀଙ୍କ ରକ୍ତଚାପ ଚେକ କରୁଥିବା ଫଟୋ ସାମ୍ନାକୁ ଆସିଥିଲା। ଏହି ଭିଡ଼ିଓ ଭାଇରାଲ ହେବା ପରେ ମେଡ଼ିକାଲରେ ରୋଗୀ ସେବା ନେଇ ପ୍ରଶ୍ନ ଉଠିଥିଲା। ପରେ ଏହି ଘଟଣାର ସ୍ପଷ୍ଟୀକରଣ ରଖିଥିଲେ ଗଂଜାମ ଜିଲ୍ଲା ପ୍ରଶାସନ। ଗଞ୍ଜାମ ଜିଲ୍ଲା ପ୍ରଶାସନ ସ୍ପଷ୍ଟିକରଣ ମୁତାବକ, ଡାକ୍ତରଖାନାରେ ୧୩ଜଣ ଡାକ୍ତର ଅଛନ୍ତି ଏବଂ ସିକ୍ୟୁରିଟି ଗାର୍ଡ ଜଣକ କେବଳ ବ୍ଲଡପ୍ରେସର ମ୍ୟାସିନର କଫ ବାନ୍ଧିବରେ ସାହାଯ୍ୟ କରୁଥିଲେ ବୋଲି ଗଂଜାମ ଜିଲ୍ଲାପାଳ ନିଜ ଅଫିସିଆଲ ଟ୍ୱିଟର ଆକାଉଂଟରୁ ଟ୍ୱିଟ କରି ଲେଖିଥିଲେ। ଏହାପରେ ଆଜି ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ନୂଆ ନିର୍ଦ୍ଦେଶନାମା ଜାରି କରି କୁହାଯାଇଛି ଯେ, ସ୍ୱାସ୍ଥ୍ୟକର୍ମୀଙ୍କ ବାଦ୍ ଅନ୍ୟ କେହି ରୋଗୀ ସେବା କରିପାରିବେ ନାହିଁ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!