Thursday, October 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟ୍ରାକ୍ଟରକୁ ଟ୍ରକ ଧକ୍କା ଦେବା ଫଳରେ ୩ ମୃତ, ୩ ଗୁରୁତର

by ସଞ୍ଜୟ ସ୍ୱାଇଁ
August 22, 2021
in Accident, State
ଟ୍ରାକ୍ଟରକୁ ଟ୍ରକ ଧକ୍କା ଦେବା ଫଳରେ ୩ ମୃତ, ୩ ଗୁରୁତର
103
VIEWS
Share on FacebookShare on Twitter

ମାଲକାନଗିରି, (ବାଘୁଆବାର୍ତ୍ତା): ମାଲକାନଗିରି କାଲିମେଳା ୩୨୬ ନଂ ଜାତୀୟ ରାଜପଥ ଏମଭି ୧୬ ଓ ଏମଭି ୧୭ ଗ୍ରାମ ମଝି ରାସ୍ତା ନିକଟରେ ଏକ ଟ୍ରାକ୍ଟରକୁ ଟ୍ରକ ଧକ୍କା ଦେବା ଫଳରେ ୩ ଜଣଙ୍କ ମୃତ୍ୟୁ ଘଟିବା ସହ ୩ ଗୁରୁତର ହୋଇଛନ୍ତି। ଶନିବାର ରାତିରେ ଏମଭି ୧୬ ଗ୍ରାମ ନିକଟରେ ଏକ ଚିପ୍ସ ବୋଝେଇ ଟ୍ରାକ୍ଟର ଖରାପ ହୋଇଯିବାରୁ ରାସ୍ତା କଡରେ ଠିଆ ହୋଇଥିବା ବେଳେ ଆନ୍ଧ୍ରପ୍ରଦେଶ ଗୁଠୁରରୁ ଏକ ସିମେଣ୍ଟ ବୋଝେଇ ଟ୍ରକ ମାଲକାନଗିରି ଅଭିମୁଖେ ଆସୁଥିବା ବେଳେ ଟ୍ରାକ୍ଟରକୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ଟ୍ରାକ୍ଟରରେ ବସିଥିବା ଗୌତଗୁଡା ଗ୍ରାମର କିଶୋର ଗୌଡ (୩୩)ଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଆହତ ହୋଇଥିଲେ। ଏ ସମ୍ପର୍କରେ ସ୍ଥାନୀୟ ଲୋକ ମାଲକାନଗିରି ଥାନାକୁ ଜଣାଇବା ପରେ ଥାନା ଅଧିକାରୀ ରାମ ପ୍ରସାଦ ନାଗଙ୍କ ନେତୃତ୍ବରେ ପୁଲିସ ସଦଳବଳ ଘଟଣାସ୍ଥଳରେ ପହଞ୍ଚି ଆମ୍ବୁଲାନ୍ସ ଯୋଗ ଆହତମାନଙ୍କୁ ଜିଲା ହସ୍ପିଟାଲକୁ ପଠାଇଥିଲେ। ମାଲକାନଗିରି ଜିଲା ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗୌଡଗୁଡା ଗ୍ରାମର ଲକ୍ଷ୍ମଣ ଗୌଡଙ୍କ ମୃତ୍ୟୁ ହୋଇଥିଲା। ଟ୍ରାକ୍ଟର ଚାଳକ ମୁଣ୍ଡାଗୁଡା ଗ୍ରାମର ରୁଦ୍ର ନାୟକଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କ ଗତକାଲି ରାତିରେ କୋରାପୁଟ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ମାଲକାନଗିରି ପୁଲିସ ଟ୍ରକକୁ ଜବତ କରିବା ସହ ଡ୍ରାଇଭର ନରେଶ ପୂଜାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!