Wednesday, July 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଲିମ୍ପିଆନ୍ ଦୂତୀ ଚାନ୍ଦଙ୍କ ଏତଲା କ୍ରମେ ୱେବ୍‌ ଚ୍ୟାନେଲ୍ ସଂପାଦକଙ୍କୁ ଉଠାଇ ନେଲା ପୁଲିସ୍‌

by ସଞ୍ଜୟ ସ୍ୱାଇଁ
September 3, 2021
in Crime, State
ଅଲିମ୍ପିଆନ୍ ଦୂତୀ ଚାନ୍ଦଙ୍କ ଏତଲା କ୍ରମେ  ୱେବ୍‌ ଚ୍ୟାନେଲ୍ ସଂପାଦକଙ୍କୁ ଉଠାଇ ନେଲା ପୁଲିସ୍‌
54
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଏକ ୱେବ୍‌ ଚ୍ୟାନେଲର ସଂପାଦକ ସୁଧାଂଶୁ ଶେଖର ରାଉତଙ୍କୁ ଆଜି ଉଠାଇ ନେଇଛି ପୁଲିସ୍‌। ଅଲିମ୍ପିଆନ୍ ଦୂତୀ ଚାନ୍ଦଙ୍କ ଏତଲା କ୍ରମେ ଭୁବନେଶ୍ୱର ମହିଳା ଥାନା ପୁଲିସ୍ ସୁଧାଂଶୁଙ୍କୁ ତାଙ୍କ ଝାରପଡ଼ା ସ୍ଥିତ ଅଫିସ୍‌ରୁ ଉଠାଇ ନେଇଛି। ଦୂତୀ ଅଭିଯୋଗ କରିଥିଲେ ଯେ ତାଙ୍କ ବିରୋଧରେ ସୁଧାଂଶୁଙ୍କ ୱେବ୍ ଚ୍ୟାନେଲ୍ ସଦାବେଳେ ଅପମାନଜନକ ଖବର ପ୍ରସାରଣ କରୁଛି। ଭୁବନେଶ୍ୱର ଡିସିପି ଉମାଶଙ୍କର ଦାଶ କହିଛନ୍ତି, ସୁଧାଂଶୁଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରାଯାଉଛି। ତାଙ୍କ ଅଫିସରୁ କମ୍ପ୍ୟୁଟର ଓ ଅନ୍ୟାନ୍ୟ କିଛି ଜିନିଷ ଜବତ କରାଯାଇଛି। ଦୂତୀ ଅଭିଯୋଗ କରିଛନ୍ତି ଯେ ଯେଉଁ ପରିଶ୍ରମ କରି ସେ ମାନ-ସମ୍ମାନ ଅର୍ଜନ କରିଛନ୍ତି, ତାକୁ କେତେକ କୁଚକ୍ରି ଗୋଷ୍ଠୀ ନଷ୍ଟ କରିଦେବାକୁ ଚେଷ୍ଟା କରୁଛନ୍ତି। ସୁଧାଂଶୁ ଶେଖର ରାଉତ ପ୍ରତି ମୁହୂର୍ତ୍ତରେ ତାଙ୍କ ପରିବାର ଲୋକଙ୍କ ଉପରେ ଚାପ ପକାଇ ତାଙ୍କ ବିରୋଧରେ ବିବାଦୀୟ ଖବର ପରିବେଷଣ କରୁଛନ୍ତି। ସେ ଆହୁରି କହିଛନ୍ତି ଯେ ଟୋକିଓରେ ଖେଳ ଉପରେ ଫୋକ୍‌ସ କରୁଥିବା ବେଳେ ସୁଧାଂଶୁ ଶେଖର ରାଉତ ତାଙ୍କୁ ମାନସିକ ନିର୍ୟାତନା ଦେଉଥିଲେ। ବ୍ଲାକ୍‌ମେଲିଂ କରୁଥିଲେ। ସୁଧାଂଶୁଙ୍କ ସହିତ ସେ ସୂଚନା କର୍ମୀ ପ୍ରଦୀପ ପ୍ରଧାନଙ୍କ ବିରୋଧରେ ମଧ୍ୟ ମହିଳା ଥାନାରେ ଏତଲା ଦେଇଛନ୍ତି। ଉଭୟ ସୁଧାଂଶୁ ଓ ପ୍ରଦୀପଙ୍କ ବିରୋଧରେ ସେ କୋର୍ଟରେ ୫ କୋଟି ଟଙ୍କାର ମାନହାନି ମକଦ୍ଦମା କରିଛନ୍ତି। ଗତକାଲି ସୁଧାଂଶୁ ତାଙ୍କ ବିରୋଧରେ ଆସିଥିବା ଅଭିଯୋଗକୁ ଖଣ୍ଡନ କରିଥିଲେ। ସେ କହିଥିଲେ, ଦୂତୀ ଅଲମ୍ପିକ୍ସରେ ହାରିବା ପରେ ତାଙ୍କ ଭଉଣୀ ପ୍ରତିକ୍ରିୟା ଦେଇଥିଲେ। ତାକୁ ନେଇ ଆମେ ଖବର ପ୍ରସାରଣ କରିଥିଲୁ। ଏକ ଦାୟିତ୍ୱବାନ ୱେବ୍‌ ଚ୍ୟାନେଲ୍ ହିସାବରେ ଆମେ ତାଙ୍କ ପ୍ରତିକ୍ରିୟା ଚାହିଁଥିଲୁ। କିନ୍ତୁ ପ୍ରତିକ୍ରିୟା ବଦଳରେ ସେ ଏକ ଲକ୍ଷ ଟଙ୍କା ଚାନ୍ଦା ମାଗିବାର ସାଙ୍ଘାତି ଅଭିଯୋଗ ଲଗାଇଲେ। ସେହିପରି ପ୍ରଦୀପ ପ୍ରଧାନ କହିଥିଲେ ଯେ ସେ ଦୂତୀଙ୍କ ବିରୋଧରେ ସେମିତି କିଛି ମାନହାନି ସୂଚନକ ମନ୍ତବ୍ୟ ଦେଇ ନାହାନ୍ତି। କେବଳ ଅଲିମ୍ପିକ୍ସରେ ତାଙ୍କର ପ୍ରଦର୍ଶନ ଭଲ ହୋଇନଥିବାରୁ ସୋଶାଲ୍‌ ମିଡିଆ ଆଲୋଚନା କରିଥିଲେ। ଏନେଇ ବହୁ ଲୋକ ବହୁ କମେଣ୍ଟ ଦେଇଥିଲେ। ଆଉ ସେ ମଧ୍ୟ ଦେଇଥିଲି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!