Thursday, October 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାପ-ପୁଅଙ୍କୁ ଧକ୍କା ଦେଲା ଅଜଣା ଗାଡି, ଦୁର୍ଘଟଣାରେ ବାପାଙ୍କ ମୃତ୍ୟୁ ଘଟିଥିବାବେଳେ ୬ ବର୍ଷର ଶିଶୁ ପୁତ୍ର ଗୁରୁତର

by ସଞ୍ଜୟ ସ୍ୱାଇଁ
September 3, 2021
in Accident, State
ବାପ-ପୁଅଙ୍କୁ ଧକ୍କା ଦେଲା ଅଜଣା ଗାଡି, ଦୁର୍ଘଟଣାରେ ବାପାଙ୍କ ମୃତ୍ୟୁ ଘଟିଥିବାବେଳେ ୬ ବର୍ଷର ଶିଶୁ ପୁତ୍ର ଗୁରୁତର
29
VIEWS
Share on FacebookShare on Twitter

ଆନନ୍ଦପୁର, (ବାଘୁଆବାର୍ତ୍ତା): ଭଦ୍ରକ ରାସ୍ତାର ଚାରିନାଳିଆ ଛକଠାରେ ବାଇକ୍ ଆରୋହୀ ବାପ-ପୁଅଙ୍କୁ ଧକ୍କା ଦେଲା ଅଜଣା ଗାଡି । ଦୁର୍ଘଟଣାରେ ବାପାଙ୍କ ମୃତ୍ୟୁ ଘଟିଥିବାବେଳେ ୬ ବର୍ଷର ଶିଶୁ ପୁତ୍ର ଗୁରୁତର ଆହତ ହୋଇଛନ୍ତି । ଶିଶୁ ପୁତ୍ରକୁ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ରାମଚନ୍ଦ୍ରପୁର ଥାନା ନୂଆଗଡ ଗାଁର ଶିକ୍ଷକ ଗୌତମ ଦେହୁରୀ ନିଜ ୬ ବର୍ଷର ଶିଶୁ ପୁତ୍ରକୁ ସାଙ୍ଗରେ ଧରି ଭଦ୍ରକ ବାରିକପୁର ଅଞ୍ଚଳରେ ଥିବା ଶ୍ବଶୁର ଘରକୁ ସ୍ତ୍ରୀ ଓ ସାନ ପୁଅକୁ ଆଣିବାକୁ ବାହାରିଥିଲେ । ବାଇକ୍ ଯୋଗେ ଯିବା ବାଟରେ ଚାରିନାଳିଆ ଛକ ନିକଟରେ ପଛପଟୁ କୌଣସି ଏକ ଗାଡି ଧକ୍କା ଦେବାରୁ ଉଭୟେ ଗୁରୁତର ହୋଇଥିଲେ । ସ୍ଥାନୀୟ ଲୋକେ ବାପ-ପୁଅଙ୍କୁ ଆମ୍ବୁଲାନ୍ସ ଯୋଗେ ଆନନ୍ଦପୁର ଡାକ୍ତରଖାନା ପଠାଇଥିଲେ । ହେଲେ ସେଠାରେ ଗୌତମ ଡାକ୍ତର ମୃତ ଘୋଷଣା କରିଛନ୍ତି । ଗୁରୁତର ଶିଶୁ ପୁତ୍ରର ଚିକିତ୍ସା ଚାଲିଛି । ଦୁର୍ଘଟଣାର ଖବରପାଇ ପୋଲିସ ତଦନ୍ତ ଆରମ୍ଭ କରିଥିଲେ ମଧ୍ୟ ଦୁର୍ଘଟଣା ଘଟାଇଥିବା ଗାଡିର ଏଯାଏଁ କୌଣସି ସନ୍ଧାନ ମିଳିପାରି ନାହିଁ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!