Wednesday, June 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟୋକିଓରେ ଚାଲିଥିବା ପାରାଲିମ୍ପିକ୍ସ ୨୦୨୦ରେ ଚମକିଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ-କେନ୍ଦ୍ରମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
September 4, 2021
in NATIONAL NEWS, Sports, State
ଟୋକିଓରେ ଚାଲିଥିବା ପାରାଲିମ୍ପିକ୍ସ ୨୦୨୦ରେ ଚମକିଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ-କେନ୍ଦ୍ରମନ୍ତ୍ରୀ
72
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଜାପାନାର ଟୋକିଓରେ ଚାଲିଥିବା ପାରାଲିମ୍ପିକ୍ସ ୨୦୨୦ରେ ଚମକିଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ। ସେ ବ୍ୟାଡମିଣ୍ଟନର ପୁରୁଷ ଏକକ ବର୍ଗ ଫାଇନାଲରେ ସ୍ବର୍ଣ୍ଣ ପଦକ ହାତେଇଛନ୍ତି। ପ୍ରଥମ ଭାରତୀୟ ଖେଳାଳି ଭାବେ ଅଲିମ୍ପିକ୍ସ କିମ୍ବା ପାରାଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ହାତେଇଛନ୍ତି ପ୍ରମୋଦ। ୩୩ ବର୍ଷିୟ ପ୍ରମୋଦ ଗୋଲ୍ଡ ମେଡାଲ ଜିତି ରଚିଛନ୍ତି ଇତିହାସ। ଏହି ଅବସରରେ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ପ୍ରମୁଖ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଦେଶ ପାଇଁ ସ୍ବର୍ଣ୍ଣିମ ମୁହୂର୍ତ୍ତ। ଦେଶର ପ୍ରଥମ ସ୍ୱର୍ଣ୍ଣ ପଦକ ଜିତିଥିବା ଓଡ଼ିଶାର ପ୍ରତିଭା ପ୍ରମୋଦ ଭଗତଙ୍କୁ ଶୁଭେଚ୍ଛା। ତୁମ ସଫଳତା ସାରା ଦେଶକୁ ଗୌରବାନ୍ବିତ କରିଛି। ଆଗାମୀ ଦିନରେ ତୁମର ଆହୁରି ଉଜ୍ଜ୍ଵଳ ଭବିଷ୍ୟତ କାମନା କରୁଛି। ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ବିଶ୍ୱ ଚାମ୍ପିୟନ ଏବଂ ଦେଶର ସର୍ବୋତମ ପାରା ବ୍ୟାଡମିଂଟନ ଖେଳାଳି ପ୍ରମୋଦଙ୍କ ପାଇଁ ଆମେ ଗର୍ବିତ । ପାରାଲିମ୍ପିକ୍ସରେ ତାଙ୍କର ସ୍ୱର୍ଣ୍ଣିମ ପଦକ ବିଜୟ ପ୍ରଦର୍ଶନୀ ବିଶେଷ ଭାବରେ ଓଡ଼ିଶା ଓ ସମସ୍ତଙ୍କ ପାଇଁ ଖୁସିର ବିଷୟ । ଦେଶ ପାଇଁ ଗୌରବ ଆଣିଥିବାରୁ ତାଙ୍କୁ ଅଭିନନ୍ଦନ । ଫାଇନାଲ ମୁକାବିଲାରେ ପ୍ରମୋଦ ଗ୍ରେଟ୍‌ ବ୍ରିଟେନ୍‌ ଖେଳାଳି ଡାନିଏଲ ବେଠଲଙ୍କୁ ୨-୦ରେ ହରାଇ ଇତିହାସ ରଚିଛନ୍ତି। ପ୍ରଥମ ସେଟରେ ୨୧-୧୪ ଓ ଦ୍ବିତୀୟ ସେଟରେ ୨୧-୧୭ରେ ଜିତି ସ୍ବର୍ଣ୍ଣ ଜିତିଛନ୍ତି ଓଡ଼ିଆ ପୁଅ। ପ୍ରଥମ ସେଟକୁ ସହଜରେ ଜିତିଥିବା ପ୍ରମୋଦ ଦ୍ବିତୀୟ ସେଟ୍‌ ଆରମ୍ଭରୁ ସେତେଟା ପ୍ରଭାବୀ ପ୍ରଦର୍ଶନ କରି ପାରିନଥିଲେ। ତାଙ୍କ ଉପରେ ଗ୍ରେଟ୍‌ ବ୍ରିଟେନ୍‌ ଖେଳାଳି ଭାରି ପଡ଼ିଥିଲେ। ହେଲେ ପ୍ରମୋଦ କମବ୍ୟାକ୍‌ କରିଥିଲେ। ଆଉ ବାଜି ପଲଟାଇ ସଂଘର୍ଷପୂର୍ଣ୍ଣ ଦ୍ବିତୀୟ ସେଟରେ ଡାନିଏଲଙ୍କୁ ୨୧-୧୭ରେ ହରାଇ ଇତିହାସ ରଚିଥିଲେ। ପ୍ରମୋଦ ସ୍ବର୍ଣ୍ଣ ପଦକ ଜିତିବା ପରେ ଭାରତର ପଦକ ସଂଖ୍ୟା ୧୭କୁ ବୃଦ୍ଧି ପାଇଛି। ଟୋକିଓ ପାରା ଅଲିମ୍ପିକ୍ସରେ ଭାରତୀୟ ଦଳ ଏପର୍ୟ୍ୟନ୍ତ ୧୭ଟି ମେଡାଲ ଜିତି ସାରିଛି। ଭାରତ ବର୍ତ୍ତମାନ ସୁଦ୍ଧା ୪ଟି ସ୍ବର୍ଣ୍ଣ, ୭ଟି ରୌପ୍ୟ ଓ ୬ଟି କାଂସ୍ୟ ପଦକ ଜିତିଛି।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!