Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍କୁଲର ୧୧ ଛାତ୍ରଛାତ୍ରୀ କୋଭିଡ୍ ପଜିଟିଭ୍ ଚିହ୍ନଟ ପରେ ୭ ଦିନ ପାଇଁ ସ୍କୁଲ ବନ୍ଦ

by ସଞ୍ଜୟ ସ୍ୱାଇଁ
September 4, 2021
in Education, State
ସ୍କୁଲର ୧୧ ଛାତ୍ରଛାତ୍ରୀ କୋଭିଡ୍ ପଜିଟିଭ୍ ଚିହ୍ନଟ ପରେ ୭ ଦିନ ପାଇଁ ସ୍କୁଲ ବନ୍ଦ
157
VIEWS
Share on FacebookShare on Twitter

ଢେଙ୍କାନାଳ, (ବାଘୁଆବାର୍ତ୍ତା): ରାଜ୍ୟରେ କୋଭିଡ୍ ସଂକ୍ରମଣ ହ୍ରାସ ସାଙ୍ଗକୁ ପିଲାଙ୍କ ଶିକ୍ଷାଦାନ ଜରୁରୀ ମନେକରି ନବମ ଓ ଦଶମ ଶ୍ରେଣୀ ଅଫ ଲାଇନ ପାଠପଢା ଆରମ୍ଭ ହୋଇଛି । ତେବେ ତୃତୀୟ ଦଫାରେ ଶିଶୁଙ୍କ ସୁରକ୍ଷା ନେଇ ସମସ୍ତେ ଚିନ୍ତାରେ ପଡିଯାଇଛନ୍ତି । ମାତ୍ର ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଉପଖଣ୍ଡର କାନପୁରା ସ୍ଥିତ ପଂଚାୟତ ରାଜ ହାଇସ୍କୁଲ ଚର୍ଚ୍ଚାକୁ ଆସିଛି । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଏହି କାନପୁରା ପଞ୍ଚାୟତରାଜ ହାଇସ୍କୁଲକୁ ୭ଦିନ ପାଇଁ ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲା ଶିକ୍ଷା ଅଧିକାରୀ । ସ୍କୁଲର ନବମ ଓ ଦଶମ ଶ୍ରେଣୀର ଶନିବାର ୧୧ଜଣ ଛାତ୍ରଛାତ୍ରୀ ପଜିଟିଭ ଚିହ୍ନଟ ପରେ ଏହି ବନ୍ଦ ଘୋଷଣା କରିଛି ଶିକ୍ଷା ବିଭାଗ । ଗତ ସପ୍ତାହରେ ସ୍କୁଲର ଶିକ୍ଷକ ସମେତ ୯ ଜଣ ପଜିଟିଭ ହୋଇଥିଲେ। ପୁଣି ୧୧ ଜଣ ଛାତ୍ରଛାତ୍ରୀ ପଜିଟିଭ ଚିହ୍ନଟ ହେବାପରେ ଶିକ୍ଷା ବିଭାଗ ଏହି ନିଷ୍ପତ୍ତି ନେଇଛି। ଗତ ୧ ତାରିଖ ବୁଧବାର ଦିନ ମୋଟ୍ ୧୪୭ ଜଣ ଛାତ୍ରଛାତ୍ରୀ ଓ ସ୍କୁଲ କର୍ମଚାରୀଙ୍କ ନମୁନା ସଂଗ୍ରହ କରାଯାଇଥିଲା। ସେଥିମଧ୍ୟରୁ ଶନିବାର ୧୧ ଜଣଙ୍କର ଛାତ୍ରଛାତ୍ରୀଙ୍କର ରିପୋର୍ଟରେ କୋଭିଡ୍ ପଜିଟିଭ ଚିହ୍ନଟ ପରେ ସ୍କୁଲ ବନ୍ଦ ନିଷ୍ପତ୍ତି ନିଆଯାଇଛି। ତେବେ ଏପର୍ୟ୍ୟନ୍ତ ସ୍କୁଲର ମୋଟ୍ ୨୦ ଜଣ ଛାତ୍ରଛାତ୍ରୀ ଓ ଶିକ୍ଷକ ସ୍କୁଲରୁ କୋଭିଡ୍ ପଜିଟିଭ ଚିହ୍ନିଟ ହୋଇଛନ୍ତି। ସ୍କୁଲ ନବନ୍ଦ ଘୋଷଣା ପରେ ଅନ୍ୟ ଛାତ୍ରଛାତ୍ରୀଙ୍କୁ ଘରକୁ ପଠାଇ ଦିଆଯାଇଥିବା ଜଣାପଡିଛି। ପଜିଟିଭ ଚିହ୍ନଟ ହୋଇଥିବା ଛାତ୍ରଛାତ୍ରୀମାନେ ସ୍କୁଲରେ କ୍ବାରେଣ୍ଟାଇନ୍ ରହି ଚିକିତ୍ସା ହେଉଛନ୍ତି ବୋଲି ପ୍ରକାଶ କରିଛନ୍ତି ସ୍କୁଲର ପ୍ରଧାନ ଶିକ୍ଷକ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!