Wednesday, June 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁରୁଷ ବ୍ୟାଡମିଣ୍ଟନରେ ନୋଏଡାର ଜିଲ୍ଲାପାଳ ସୁହାସ ୟଥିରାଜ ରୌପ୍ୟ ପଦକ ଜିତିଛନ୍ତି

by ସଞ୍ଜୟ ସ୍ୱାଇଁ
September 5, 2021
in Sports, WORLD
ପୁରୁଷ ବ୍ୟାଡମିଣ୍ଟନରେ ନୋଏଡାର ଜିଲ୍ଲାପାଳ ସୁହାସ ୟଥିରାଜ ରୌପ୍ୟ ପଦକ ଜିତିଛନ୍ତି
31
VIEWS
Share on FacebookShare on Twitter

ଟୋକିଓ, (ବାଘୁଆବାର୍ତ୍ତା): ଆଜି ଶେଷ ହେଉଛି ଟୋକିଓ ପାରାଲିମ୍ପିକ୍ସ । ଶେଷ ଦିନରେ ପଦକରୁ ଭାରତର ଅଭିଯାନ ଆରମ୍ଭ ହୋଇଛି । ପୁରୁଷ ବ୍ୟାଡମିଣ୍ଟନରେ ରୌପ୍ୟ ପଦକ ଜିତିଛନ୍ତି ନୋଏଡାର ଜିଲ୍ଲାପାଳ ସୁହାସ ୟଥିରାଜ । ଝଖ୪ବର୍ଗରେ ସେ ଫ୍ରାନ୍ସର ଲୁକାସ୍ ଜୁରଙ୍କଠାରୁ ହାରି ଯାଇଛନ୍ତି । କିନ୍ତୁ ଦେଶବାସୀଙ୍କ ହୃଦୟ ଜିତି ପାରିଛନ୍ତି ସୁହାସ । ଫ୍ରାନ୍ସ ପ୍ରତିଦ୍ୱନ୍ଦୀ ୧୫-୨୧, ୨୧-୧୭, ୨୧-୧୫ ସେଟରେ ବିଜୟୀ ହୋଇଥିଲେ । ଏହି ମ୍ୟାଚରେ କଡ଼ା ମୁକାବିଲା ଦେଖିବାକୁ ମିଳିଥିଲା । ପାଖାପାଖି ୧ ଘଣ୍ଟା ୨ ମିନିଟ୍ ଧରି ଚାଲିଥିଲା ମ୍ୟାଚ୍ । ଦିଲ୍ଲୀ ନୋଡା ଜିଲ୍ଲାପାଳ ଅଛନ୍ତି ସୁହାସ ୟଥିରାଜ । ଜଣେ ପାରା ବ୍ୟାଡମିଣ୍ଟନ ଖେଳାଳି ଭାବରେ ସେ ଏଥର ଟୋକିଓ ଯାତ୍ରା କରିଥିଲେ । ଏହି ସଫଳତା ପରେ ଚାରିଆଡୁ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟୁଛି । ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରମୁଖ ଟ୍ୱିଟ୍ କରି ଅଭିନନ୍ଦନ ଜଣାଇଛନ୍ତି । ଜଣେ ପ୍ରଶାସନିକ ଅଧିକାରୀ ଓ କ୍ରୀଡ଼ାବିତ ଭାବରେ ତାଙ୍କର ଏହି ସଫଳତା ଅନେକଙ୍କୁ ପ୍ରେରଣା ଯୋଗାଇବ ବୋଲି ମତ ପ୍ରକାଶ ପାଇଛି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!