Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆସନ୍ତା ବର୍ଷରୁ ସୁନ୍ଦରଗଡ଼ ମେଡ଼ିକାଲ କଲେଜ କାର୍ୟ୍ୟକ୍ଷମ ହେବ: ସ୍ୱାସ୍ଥ୍ୟମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
September 6, 2021
in Health, State
ଆସନ୍ତା ବର୍ଷରୁ ସୁନ୍ଦରଗଡ଼ ମେଡ଼ିକାଲ କଲେଜ କାର୍ୟ୍ୟକ୍ଷମ ହେବ: ସ୍ୱାସ୍ଥ୍ୟମନ୍ତ୍ରୀ
32
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଆସନ୍ତା ବର୍ଷରୁ ସୁନ୍ଦରଗଡ଼ ମେଡ଼ିକାଲ କଲେଜ କାର୍ୟ୍ୟକ୍ଷମ ହେବ। ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ। ଗୃହରେ ବିବୃତି ରଖି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ କହିଛନ୍ତି, ୨୦୨୨-୨୩ ରୁ ଆଡମିସନ ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଚଳାଇଛନ୍ତି। ଶହେ ଏମବିବିଏସ୍ ସିଟ୍ ଓ ୫୦୦ ଶଯ୍ୟାବିଶିଷ୍ଟ ମେଡିକାଲ କଲେଜ ଆରମ୍ଭ ପାଇଁ ପ୍ରସ୍ତୁତି କରାଯାଉଛି। ୨୭୧ ଜଣଙ୍କୁ ଷ୍ଟାଫଙ୍କୁ ନିଯୁକ୍ତି ଦିଆଯିବା ନେଇ ବ୍ୟବସ୍ଥା କରାଯାଉଛି। ଏନଟିପିସି ଓ ରାଜ୍ୟ ସରକାରଙ୍କ ସହଭାଗିତାରେ ଏହି ମେଡିକାଲ କଲେଜ ପ୍ରସ୍ତୁତି କରାଯାଉଛି। ସେପ୍ଟେମ୍ବର ୨୬ ତାରିଖ ସୁଦ୍ଧା ରାଜ୍ୟ ସରକାର ମେଡିକାଲ ସିଟ୍ ପାଇଁ ଆବେଦନ କରିବେ। ଏହାଛଡ଼ା ସୁନ୍ଦରଗଡ଼ରେ ଦ୍ୱିତୀୟ ଏମ୍ସ ପ୍ରତିଷ୍ଠା ନେଇ ମନ୍ତ୍ରୀ କହିଛନ୍ତି, ପାଞ୍ଚ ବର୍ଷ ବିତିଯାଇଥିଲେ ବି ଏନେଇ କେନ୍ଦ୍ର ସରକାର କୌଣସି ପଦକ୍ଷେପ ନେଇ ନାହାନ୍ତି। ଦ୍ଵିତୀୟ ଏମ୍ସ ନେଇ ରାଜ୍ୟ ସରକାର ୨୦୦ ଏକର ଜମି ଏବଂ ଡିଏମଫ ଫଣ୍ଡରୁ ଟଙ୍କା ଏବଂ ସମସ୍ତ ସାହାଯ୍ୟ ସହଯୋଗ କରିବେ ପ୍ରତିଶ୍ରୁତି ଦେଇଥିବା ଗୃହରେ କହିଛନ୍ତି ମନ୍ତ୍ରୀ ନବ ଦାସ। ଏଥିସହ୨୦୨୧ ଅଗଷ୍ଟ ସୁଦ୍ଧା କୋଭିଡ ପାଇଁ ୧ ହଜାର ୪୦ କୋଟି ୧୯ ଲକ୍ଷ ୨୭ ହଜାର ୬୦୫ ଟଙ୍କା ଖର୍ଚ୍ଚ ହୋଇଛି। ଏଥିରୁ କେନ୍ଦ୍ର ସରକାର ୩୮ କୋଟି ୮୬ ଲକ୍ଷ ଟଙ୍କାର ସହାୟତା ଦେଇଛନ୍ତି ବୋଲି ବିବୃତି ରଖି ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!