Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଘନୀଭୂତ ହେଲା ଲଘୁଚାପ, ରାଜ୍ୟରେ ବର୍ଷା ଜାରି

by ସଞ୍ଜୟ ସ୍ୱାଇଁ
September 12, 2021
in Feature News
ଘନୀଭୂତ ହେଲା ଲଘୁଚାପ, ରାଜ୍ୟରେ ବର୍ଷା ଜାରି
315
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା): ଶନିବାର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଆଜି ଆହୁରି ଘନୀଭୂତ ହୋଇ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇଛି । ଏହି ଲଘୁଚାପଟି ଏବେ ଉତ୍ତର-ପଶ୍ଚିମ ଓ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ରହିଛି । ଆଗାମୀ ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଅବପାତ ବା ଡିପ୍ରେସନରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଆସନ୍ତା ୨ ଦିନରେ ଏହା ଉତ୍ତର, ଉତ୍ତର-ପଶ୍ଚିମ ଦିଗରେ ଗତି କରି ଉତ୍ତର ଓଡ଼ିଶା ଓ ଉତ୍ତର ଛତିଶଗଡ଼ ଦେଇ ମଧ୍ୟ ଭାରତ ଆଡ଼କୁ ଗତି କରିବ ବୋଲି ଆଇଏମଡି କହିଛି । ଏହି ଲଘୁଚାପ ପ୍ରଭାବରେ ଗତ କାଲିଠାରୁ ଓଡ଼ିଶାର ବିଭିନ୍ନ ଉପକୂଳବର୍ତ୍ତୀ ଜିଲ୍ଲାରେ ବର୍ଷା ଲାଗି ରହିଛି । ଆସନ୍ତା ୨୪ ଘଣ୍ଚା ପର୍ଯ୍ୟନ୍ତ ବର୍ଷା ଲାଗି ରହିବାର ସମ୍ଭାବନା ରହିଛି । ଭୁବନେଶ୍ବର ଓ କଟକରେ ମଧ୍ୟ ମଧ୍ୟମରୁ ପ୍ରବଳ ବର୍ଷା ହେବ ବୋଲି ବିଭାଗ କହିଛି । ଗତ ୨୪ ଘଣ୍ଟାରେ ପାରାଦୀପଠାରେ ସର୍ବାଧିକ ୧୨୭.୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!