Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୬୨ ଜଣ କରୋନା ପଜିଟିଭ୍ ଚିହ୍ନଟ, ସେମାନଙ୍କ ମଧ୍ୟରୁ ୭୦ ଜଣ ୧୮ ବର୍ଷରୁ କମ୍ ବର୍ଗର

by ସଞ୍ଜୟ ସ୍ୱାଇଁ
September 21, 2021
in Health, State
ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୬୨ ଜଣ କରୋନା ପଜିଟିଭ୍ ଚିହ୍ନଟ, ସେମାନଙ୍କ ମଧ୍ୟରୁ ୭୦ ଜଣ ୧୮ ବର୍ଷରୁ କମ୍ ବର୍ଗର
53
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୬୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୦ ଜଣ ୧୮ ବର୍ଷରୁ କମ୍ ବର୍ଗର। ୪୬୨ ଆକ୍ରାନ୍ତଙ୍କ ମଧ୍ୟରୁ ୨୬୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୯୪ଟି ହେଉଛି ଲୋକାଲ୍ କେସ୍‌। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୧ ଜଣ ଚିହ୍ନଟ ହୋଇଛନ୍ତି। ଅନୁଗୋଳ ଜିଲ୍ଲାରୁ ୬ ଜଣ ନୂଆ କରୋନା ଆକ୍ରାନ୍ତ ବାହାରିଥିବା ବେଳେ ବାଲେଶ୍ୱରରୁ ୧୧, ବରଗଡ଼ରୁ ୪, ଭଦ୍ରକରୁ ୧୬, ବଲାଙ୍ଗିରରୁ ୨, କଟକରୁ ୩୦, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ୨, ଗଜପତିରୁ ୨, ଗଞ୍ଜାମରୁ ୨, ଜଗତସିଂହପୁରରୁ ୩୧, ଯାଜପୁରରୁ ୨୮, ଝାରସୁଗୁଡ଼ାରୁ ୪, କଳାହାଣ୍ଡିରୁ ୨, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୧୦, କେନ୍ଦୁଝରରୁ ଜଣେ, ମୟୂରଭଞ୍ଜରୁ ୧୩, ନୟାଗଡ଼ରୁ ୫, ନୂଆପଡ଼ାରୁ ଜଣେ, ପୁରୀରୁ ୧୩, ରାୟଗଡ଼ାରୁ ୪, ସମ୍ବଲପୁରରୁ ୧୨, ସୋନପୁରରୁ ଜଣେ ଓ ସୁନ୍ଦରଗଡ଼ରୁ ୧୬ ଜଣ ଅଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୪୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୧ ହଜାର ୨୧୬ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୦ ଲକ୍ଷ ୭ ହଜାର ୬୬୬ ଜଣ ସୁସ୍ଥ ହୋଇସାରିଛନ୍ତି। ୫,୩୫୧ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୫ ଜଣଙ୍କ ସଂପର୍କରେ ସରକାର ତଥ୍ୟ ଦେଇଛନ୍ତି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୧୪୬କୁ ବୃଦ୍ଧି ପାଇଛି। ଏହି ୫ ଜଣଙ୍କ ମଧ୍ୟରୁ ଅନୁଗୋଳ, ବାଲେଶ୍ୱର, କଟକ, ଖୋର୍ଦ୍ଧା ଓ ପୁରୀରୁ ଜଣେ ଲେଖାଏଁ ଅଛନ୍ତି। ଏହା ସହିତ ଅନୁଗୋଳରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୮୬କୁ ବୃଦ୍ଧି ପାଇଥିବା ବେଳେ ବାଲେଶ୍ୱରରେ ୨୯୧, କଟକରେ ୮୨୮, ଖୋର୍ଦ୍ଧାରେ ୧,୪୮୮ ଓ ପୁରୀରେ ୪୫୦ରେ ପହଞ୍ଚିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!