Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏଣିକି ଡାକ୍ତରଖାନାରେ ନିଯୁକ୍ତ ଫାର୍ମାସିଷ୍ଟମାନେ ରୋଗୀମାନଙ୍କୁ ଔଷଧ ଦେଇପାରିବେ, କେଉଁ ରୋଗ ପାଇଁ ଜାଣି ରଖନ୍ତୁ

by ସଞ୍ଜୟ ସ୍ୱାଇଁ
September 23, 2021
in Health, State
ଏଣିକି ଡାକ୍ତରଖାନାରେ ନିଯୁକ୍ତ ଫାର୍ମାସିଷ୍ଟମାନେ ରୋଗୀମାନଙ୍କୁ ଔଷଧ ଦେଇପାରିବେ, କେଉଁ ରୋଗ ପାଇଁ ଜାଣି ରଖନ୍ତୁ
164
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ସ୍ୱାସ୍ଥ୍ୟ ସମସ୍ୟା ରାଜ୍ୟର ଏକ ବଡ଼ ସମସ୍ୟା ଭାବେ ଉଭା ହୋଇଛି। ବିଭିନ୍ନ ଅଞ୍ଚଳରେ ସ୍ୱାସ୍ଥ୍ୟକେନ୍ଦ୍ର ଥିଲେ ମଧ୍ୟ ଡାକ୍ତର ପଦବୀ ଖାଲି ପଡ଼ୁଛି। ସେହିପରି କେଉଁଠି ଜଣେ ଲେଖାଏଁ ଡାକ୍ତର ରହୁଛନ୍ତି। ଆଉ ସେମାନଙ୍କ ଅନୁପସ୍ଥିତିରେ ଅତି ସାମାନ୍ୟ ରୋଗ ପାଇଁ ବି ରୋଗୀମାନେ ଚିକିତ୍ସା ସେବାରୁ ବଞ୍ଚିତ ହେଉଛନ୍ତି। ଏଭଳି ସବୁ ସମସ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏକ ନୂଆ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏହି ନିର୍ଦ୍ଦେଶନାମା ଅନୁଯାୟୀ, ଏଣିକି ରାଜ୍ୟର ବିଭିନ୍ନ ଡାକ୍ତରଖାନାରେ ନିଯୁକ୍ତ ଫାର୍ମାସିଷ୍ଟମାନେ ରୋଗୀମାନଙ୍କୁ ଔଷଧ ଦେଇପାରିବେ। ଡାକ୍ତରଙ୍କ ଅନୁପସ୍ଥିତିରେ ସେମାନେ ରୋଗୀମାନଙ୍କୁ ଔଷଧ ଦେଇପାରିବେ। ତେବେ ଗୁରୁତର ରୋଗ ନୁହେଁ, କେବଳ ସାମାନ୍ୟ ରୋଗ ପାଇଁ ଔଷଧ ଦେବାକୁ ସେମାନଙ୍କୁ ମିଳିଛି ଅନୁମତି। ଫାର୍ମାସିଷ୍ଟଙ୍କୁ ଏପରି ରୋଗ ନିମନ୍ତେ ଔଷଧ ଦେବାକୁ ଅନୁମତି ମିଳିଛି, ଯାହାଦ୍ୱାରା ରୋଗୀଙ୍କ ଜୀବନ ପ୍ରତି ବିପଦ ରହିବ ନାହିଁ। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପ୍ରକାଶିତ ଏହି ନିର୍ଦ୍ଦେଶନାମାରେ କେଉଁ ରୋଗ ପାଇଁ ଫାର୍ମାସିଷ୍ଟମାନେ କେଉଁ ଔଷଧ ଦେବେ ତାହାର ଏକ ତାଲିକା ବି ପ୍ରକାଶ ପାଇଛି। ଏଥିରେ ରୋଗର ନାଁ ସ୍ପଷ୍ଟ ଭାବେ ଉଲ୍ଲେଖ ରହିଛି। ମୁଖ୍ୟତଃ ଜ୍ୱର, ମାଲେରିଆଠୁ ଆରମ୍ଭ କରି ଚର୍ମରୋଗ, ଝାଡ଼ାବାନ୍ତି ଓ କୃମି ସମସ୍ୟା ଥିଲେ ତଥା କେହି ସାମାନ୍ୟ ଆହତ ହୋଇଥିଲେ, ଫାର୍ମାସିଷ୍ଟମାନେ ଔଷଧ ଦେଇପାରିବେ ବୋଲି ନିର୍ଦ୍ଦେଶନାମାରେ ଉଲ୍ଲେଖ କରିଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!