Sunday, August 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାଓବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ, ଛତ୍ରଭଙ୍ଗ ଦେଲା ଟପ୍ ମାଓ ନେତା ସୁରାନା

by ସଞ୍ଜୟ ସ୍ୱାଇଁ
September 23, 2021
in Crime, State
ମାଓବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ, ଛତ୍ରଭଙ୍ଗ ଦେଲା ଟପ୍ ମାଓ ନେତା ସୁରାନା
74
VIEWS
Share on FacebookShare on Twitter

ମାଲକାନଗିରି, (ବାଘୁଆବାର୍ତ୍ତା): ମାଓବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ । ମାଲକାନଗିରି ଜିଲ୍ଲା ମାଥିଲି ଥାନା ତୁଳସୀ ପାହାଡ଼ ନିକଟ କିରିମିଟି ଗାଁ ନିକଟରେ ଠାବ ହୋଇଛି ମାଓ କ୍ୟାମ୍ପ । ବିପୁଳ ପରିମାଣର ମାଓ ସାମଗ୍ରୀ ଠାବ ହୋଇଛି । ଖବର ଅନୁଯାୟୀ, ମାଲକାନଗିରି ଜିଲ୍ଲା ମାଥିଲି ଥାନା ଅନ୍ତର୍ଗତ ତୁଳସି ପାହାଡ ଉପରେ ଥିବା କିରିମିଟି ଗାଁ ନିକଟରେ ନକ୍ସଲ ମାନେ ଏକ କ୍ୟାମ୍ପ କରି ରହିଥିବା ପୋଲିସର ଗୁଇନ୍ଦା ବିଭାଗକୁ ସୂଚନା ମିଳିଥିଲା । ଏହାପରେ ଜବାନଙ୍କ ପକ୍ଷରୁ କୁମ୍ବିଂ ଅପରେସନ ଆରମ୍ଭ କରାଯାଇଥିଲା । ଏହି କୁମ୍ବିଂ ଅପରେସନରେ ଏସଓଜି, ଡିଭିଏଫ ଓ ବିଏସଏଫ ବାହୀନି ସାମିଲ ଥିଲେ । ତେବେ ସୁରକ୍ଷା କର୍ମୀଙ୍କ ଆସିବା ଦେଖି ମାଓବାଦୀ ମାନେ ପ୍ରଥମେ ଗୁଳି ଚାଳନା କରିଥିଲେ । ଏହା ପରେ ଜବାନ ମାନେ ମଧ୍ୟ ଏହାର ପାଲଟା ଜବାବ ଦେଇଥିଲେ । ପ୍ରାୟ ଦୁଇ ଘଣ୍ଟାରୁ ଅଧିକ ସମୟ ଧରି ଗୁଳି ବିନିମୟ ହେବା ପରେ ନକ୍ସଲ ମାନେ ଛତ୍ରଭଙ୍ଗ ଦେଇଥିଲେ । ଘଟଣା ପରେ ଜବାନଙ୍କ ପକ୍ଷରୁ ସେଠାରେ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା । ଏହି ସର୍ଚ୍ଚ ଅପରେସନ ସମୟରେ ମାଓ ଶିବିରରୁ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ ହୋଇଥିଲା । ଯାହା ମଧ୍ୟରେ ଅନେକ ଅଫୁଟା ଗୁଳି, ଲ୍ୟାଣ୍ଡମାଇନ, ଡିଟୋନିଟର, ୱାକି ଟକି, ନକ୍ସଲ କିଟ୍ ବ୍ୟାଗ, ପୋଷାକ ଓ ଔଷଧ ସହ ମାଓ ପୋଷ୍ଟର ରହିଛି । ଟପ୍ ମାଓ ନେତା ସୁରେସ ଓରଫ ସୁରାନା ଏହି ମାଓ ଶିବିରରୁ ଖସି ପଳାଇଥିବା ମାଲକାନଗିରି ଏସପି ସୂଚନା ଦେଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!