Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଏନ. ଭି. ରମନ୍ନା

by ସଞ୍ଜୟ ସ୍ୱାଇଁ
September 25, 2021
in State, Toursimi
ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଏନ. ଭି. ରମନ୍ନା
56
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ପୁରୀ ଗସ୍ତରେ ଆସିଥିବା ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଏନ. ଭି. ରମନ୍ନା ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ବିଚାରପତି ସିଂହଦ୍ୱାରରେ ପହଞ୍ଚିବା ପରେ ଫାଇଭଟି ସଚିବ ଭି. କେ. ପାଣ୍ଡିଆନ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର, ଜିଲ୍ଲାପାଳ ଓ ଏସପି ତାଙ୍କୁ ସ୍ୱାଗତ କରିଥିଲେ। ପାରମ୍ପରିକ ବେଶ ପୋଷାକରେ ଥିବା ପ୍ରଧାନ ବିଚାରପତି ବାଇଶି ପାହାଚ ଦେଇ ଶ୍ରୀମନ୍ଦିରକୁ ଯାଇ ଗର୍ଭଗୃହରେ ମହାପ୍ରଭୁଙ୍କ ଦର୍ଶନ କରିଥିଲେ। ପ୍ରାୟ ୪୫ ମିନିଟ ସେ ଶ୍ରୀମନ୍ଦିରରେ ବିତାଇବା ସହ ମା ବିମଳା, ମା ଲକ୍ଷ୍ମୀ ଓ ପାଶର୍ବ ଦେବାଦେବୀଙ୍କ ମନ୍ଦିର ମଧ୍ୟ ଦର୍ଶନ କରିଥିଲେ। ପ୍ରଧାନ ବିଚାରପତିଙ୍କ କୌଳିକ ପଣ୍ତା ରଜତ ପ୍ରତିହାରୀ ତାଙ୍କ ସହ ଶ୍ରୀମନ୍ଦିରକୁ ଯାଇ ଦର୍ଶନର ବ୍ୟବସ୍ଥା କରିଥିଲେ। ପ୍ରଧାନ ବିଚାରପତି ଶ୍ରୀମନ୍ଦିର ବିଭିନ୍ନ ଦ୍ୱାରର ରୂପାଛାଉଣୀ କାର୍ୟ୍ୟ ଦେଖି ଖୁସି ବ୍ୟକ୍ତ କରିଥିଲେ। ଏହାଛଡ଼ା ଶ୍ରୀମନ୍ଦିରର ସୌନ୍ଦର୍ୟ୍ୟକରଣ କାର୍ୟ୍ୟ ଓ ହେରିଡେଜ କରିଡୋର କାର୍ୟ୍ୟ ସମ୍ପର୍କରେ ମୁଖ୍ୟ ପ୍ରଶାସକ ତାଙ୍କୁ ଅବଗତ କରାଇଥିଲେ। ଗତକାଲି ସନ୍ଧ୍ୟାରେ ମଧ୍ୟ ପ୍ରଧାନ ବିଚାରପତି ଶ୍ରୀମନ୍ଦିର ବନ୍ଦ ସେବା ସତ୍ତ୍ୱେ ଶ୍ରୀମନ୍ଦିର ସୌନ୍ଦର୍ୟ୍ୟକରଣ କର୍ୟ୍ୟକୁ ବୁଲି ଦେଖିଥିଲେ। ମୁଖ୍ୟ ବିଚାରପତିଙ୍କ ଆଜିର ଦର୍ଶନ ସମୟରେ ହାଇକୋର୍ଟ ମୁଖ୍ୟ ବିଚାରପତି ଏସ. ମୁରଲିଧର, ପୁରୀ ଜିଲ୍ଲା ଜଜ୍, ଏଏସଆଇର ଅଧିକ୍ଷକ ଅରୁଣ କୁମାର ମଲ୍ଲିକ ଓ ଅନେକ ବରିଷ୍ଠ ସରକାରୀ ଅଧିକାରୀ ମାନେ ଦର୍ଶନରେ ସାମିଲ ଥିଲେ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!