Wednesday, April 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟଙ୍କା ନଫେରାଇବାରୁ ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଝଗଡ଼ାରୁ ସ୍ଵାମୀକୁ ଟାଙ୍ଗିଆରେ ଆକ୍ରମଣ କଲା ସ୍ତ୍ରୀ

by ସଞ୍ଜୟ ସ୍ୱାଇଁ
September 26, 2021
in Crime, State
ଟଙ୍କା ନଫେରାଇବାରୁ ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଝଗଡ଼ାରୁ ସ୍ଵାମୀକୁ ଟାଙ୍ଗିଆରେ ଆକ୍ରମଣ କଲା ସ୍ତ୍ରୀ
184
VIEWS
Share on FacebookShare on Twitter

ଅନୁଗୁଳ, (ବାଘୁଆବାର୍ତ୍ତା): ଟଙ୍କା ନଫେରାଇବାରୁ ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଝଗଡ଼ାରୁ ହଣାକଟା । ସ୍ୱାମୀକୁ ଟାଙ୍ଗିଆରେ ସ୍ତ୍ରୀ ଆକ୍ରମଣ କରିଥିବା ଅଭିଯୋଗ । ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଗୋଳାଗାଡିଆ ଗାଁରେ ଏହି ଘଟଣା ଘଟିଛି । ମାତ୍ର ହଜାରେ ଟଙ୍କା ପାଇଁ ସ୍ଵାମୀକୁ ଟାଙ୍ଗିଆରେ ସ୍ତ୍ରୀ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଗୁରୁତର ଅବସ୍ଥାରେ ସ୍ଵାମୀ ଅରୁଣ ମିଶ୍ର ଡାକ୍ତରଖାନାରେ ଚିକିତ୍ସିତ ହୋଇଛନ୍ତି । ଅଭିଯୋଗ ଅନୁସାରେ, ଅରୁଣ ଘର ଖରଛା ପାଇଁ ସ୍ତ୍ରୀଠାରୁ ହଜାରେ ଟଙ୍କା ନେଇଥିଲେ । ଗତକାଲି ସକାଳେ ସ୍ଵାମୀକୁ ସେହି ଟଙ୍କା ଫେରାଇବାକୁ କହିଥିଲେ ସ୍ତ୍ରୀ । ଏହାକୁ ନେଇ ଉଭୟଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା । ଏଥିରେ ଉତ୍ତ୍ୟକ୍ତ ହୋଇ ସ୍ତ୍ରୀ ଏକ ଟାଙ୍ଗିଆରେ ସ୍ୱାମୀଙ୍କ ଉପରେ ଆକ୍ରମଣ କରିଥିଲେ । ଟାଙ୍ଗିଆ ଚୋଟ ଅରୁଣଙ୍କ ଅଣ୍ଟାରେ ବାଜିଥିଲା । ପରିବାର ଲୋକ ତାଙ୍କୁ ଉଦ୍ଧାର କରି ଛେଣ୍ଡିପଦା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ଆକ୍ରମଣ ପରେ ସ୍ତ୍ରୀ ଘରୁ କେଉଁଆଡେ ପଳାଇ ଯାଇଛନ୍ତି । ପୋଲିସ ଘଟଣାର ତଦନ୍ତ କରୁଛି ।

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

April 22, 2026
ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!