କଟକ, (ବାଘୁଆବାର୍ତ୍ତା): ଖ୍ରୀଷ୍ଟ କଲେଜ ଛାତ୍ର ତୁଷାରକାନ୍ତ ସାହୁ ମୃତ୍ୟୁ ଘଟଣାରେ ୨ ଜଣଙ୍କୁ ଗିରଫ ହୋଇଛନ୍ତି। ଜଗତପୁର ଥାନା ପୁଲିସ୍ ଏହି ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଦିବ୍ୟରଞ୍ଜନ ବେହେରା ଓ କୌଶଲ ପ୍ରଧାନ। ଗିରଫ ପରେ ଦୁଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯିବ। ଅଗଷ୍ଟ ୩ ତାରିଖରେ ତୁଷାର ବାଇକ୍ ନେଇ ଘରୁ କେଉଁଆଡ଼େ ବାହାରି ଯାଇଥିଲେ। ଆଉ ସେହି ଦିନ ଠାରୁ ସେ ଘରକୁ ଫେରିନଥିଲେ। ପରିବାର ଲୋକ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିବା ପରେ ମଧ୍ୟ ତାଙ୍କର ପତ୍ତା ପାଇ ନ ଥିଲେ। ଏହା ପରେ ସେମାନେ କ୍ୟାଣ୍ଟେନମେଣ୍ଟ ଥାନାରେ ଅଭିଯୋଗ କରିଥିଲେ। ପୁଅର ଗର୍ଲଫ୍ରେଣ୍ଡଙ୍କ ପୂର୍ବତନ ବୟଫ୍ରେଣ୍ଡ ତାଙ୍କୁ ଅପହରଣ କରିଥିବା ପରିବାର ଲୋକେ ଅଭିଯୋଗ କରିଥିଲେ। ହେଲେ ଅଗଷ୍ଟ ୫ ତାରିଖରେ ଯୋବ୍ରା ବ୍ୟାରେଜରୁ ତୁଷାରକାନ୍ତଙ୍କ ମୃତଦେହ ମିଳିଥିଲା। ପରିବାର ଲୋକେ ତୁଷାରକାନ୍ତଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ କରିଥିଲେ। ତେବେ ତୁଷାରଙ୍କୁ ତାଙ୍କ ଗର୍ଲଫ୍ରେଣ୍ଡଙ୍କ ଏକ୍ସ ବୟଫ୍ରେଣ୍ଡ ହତ୍ୟା କରିଥାଇପାରନ୍ତି ବୋଲି ଚର୍ଚ୍ଚା ହୋଇଥିଲା। କାରଣ ତୁଷାରଙ୍କୁ ତାଙ୍କ ଗର୍ଲଫ୍ରେଣ୍ଡଙ୍କ ଏକ୍ସ ବୟଫ୍ରେଣ୍ଡ ଅପହରଣ କରିଥିବା ନେଇ ଥାନାରେ ଏତଲା ଦିଆଯାଇଥିଲା।






