Sunday, June 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୩୦ ତାରିଖ ଯାଏଁ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା

by ସଞ୍ଜୟ ସ୍ୱାଇଁ
September 28, 2021
in State
୩୦ ତାରିଖ ଯାଏଁ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା
105
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବଙ୍ଗୋପସାଗରରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ତଥା ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି କରିଛି। ଯାହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାରେ ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାର କେତେକ ଜିଲ୍ଲାରେ ୩୦ ତାରିଖ ଯାଏଁ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆଜି ସକାଳ ସାଢ଼େ ୮ଟାରୁ ଆସନ୍ତାକାଲି(୨୯ ତାରିଖ) ସକାଳ ସାଢ଼େ ୮ ଭିତରେ ଉତ୍ତର ଓଡ଼ିଶାରେ ଘଡଘଡ଼ି ମାରିବା ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଛି। ଗୋଟାଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେଥିପାଇଁ ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୨୯ ତାରିଖ ସାକାଳ ସେଢ଼ ୮ଟାରୁ ୩୦ ତାରିଖ ସକାଳ ସାଢ଼େ ୮ଟା ଭିତରେ କେତେକ ଜିଲ୍ଲାରେ ଘଡଘଡ଼ି ମାରିବା ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଛି। ଏହାଛଡ଼ା ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ଦେବଗଡ଼, ଅନୁଗୋଳ, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ ଢ଼େଙ୍କାନାଳ ଜିଲ୍ଲା ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାର ପ୍ରଭାବରେ ତଳିଆ ଅଞ୍ଚଳରେ ବର୍ଷା ପାଣି ଜମି ରହିବ। ବୁଢ଼ାବଳଙ୍ଗ ଓ ସୁବର୍ଣ୍ଣରେଖା ନଦୀର ଜଳସ୍ଥର ବୃଦ୍ଧି ପାଇବାର ଆଶଙ୍କା ରହିଛି। ସେହିପରି ୩୦ ତାରିଖ ସକାଳ ସାଢ଼େ ୮ଟାରୁ ଅକ୍ଟୋବର ୧ ତାରିଖ ସକାଳ ସାଢ଼େ ୮ଟା ଭିତରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା କରାଯାଇଛି। ସେଥିପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!