Tuesday, June 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା

by ସଞ୍ଜୟ ସ୍ୱାଇଁ
September 29, 2021
in State
ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା
261
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବଙ୍ଗୋପସାଗରରେ ଆଜି ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି । ଆସନ୍ତା ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା କରାଇବ । ଏହି ତିନି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାଦ୍ୱାରା ବୁଢ଼ାବଳଙ୍ଗ ଓ ସୁବର୍ଣ୍ଣରେଖା ନଦୀର ଜଳସ୍ତର ବୃଦ୍ଧି ପାଇବା ସହ ବନ୍ୟା ସ୍ଥିତି ମଧ୍ୟ ଉପୁଜିପାରେ। ଭୋଗରାଇ,ବାଲିଆପାଳ,ବାଲେଶ୍ୱର ବସ୍ତା ଭଳି ତଳି ଅଞ୍ଚଳକୁ ବିପଦ ରହିଛି । ଅନ୍ୟପଟେ ଖୋର୍ଦ୍ଧା,ଦେଓଗଡ଼ ,ସମ୍ବଲପୁର,ବୌଦ୍ଧ ଏବଂ ସୋନପୁରରେ ମଧ୍ୟ ଆଗାମୀ ତିନି ଘଣ୍ଟା ମଧ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଏହି ସୂଚନା ଦିଆଯାଇଛି । ବାଲେଶ୍ୱର , ଅନୁଗୁଳ, ଯାଜପୁର, ଭଦ୍ରକ ଓ ଢେଙ୍କାନାଳ ଆଦି ଜିଲ୍ଲାର କିଛି ସ୍ଥାନରେ ମଧ୍ୟ ଲଘୁଚାପଜନିତ ପ୍ରବଳ ବର୍ଷା ହେବ । ଆସନ୍ତାକାଲି ବି ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା ହେବ । ଅଧିକାଂଶ ସ୍ଥାନରେ ପାଗ ମେଘୁଆ ରହିବ । ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସାରା ରାଜ୍ୟରେ ବର୍ଷା ହେବ ।ଏହି ସମୟରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ୩୦ ତାରିଖ ଯାଏ ସମୁଦ୍ର ଭିତରକୁ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!