Tuesday, June 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଶ୍ୱ ହୃତପିଣ୍ଡ ଦିବସରେ କେୟାର ହସ୍ପିଟାଲ ପକ୍ଷରୁ ସାଇକ୍ଲୋଥନ୍ ଆୟୋଜନ

by ସଞ୍ଜୟ ସ୍ୱାଇଁ
September 29, 2021
in State
ବିଶ୍ୱ ହୃତପିଣ୍ଡ ଦିବସରେ କେୟାର ହସ୍ପିଟାଲ ପକ୍ଷରୁ ସାଇକ୍ଲୋଥନ୍ ଆୟୋଜନ
32
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆଜି ହେଉଛି ବିଶ୍ୱ ହୃତପିଣ୍ଡ ଦିବସ। ଲୋକଙ୍କୁ ହୃତପିଣ୍ଡ ଓ ହୃଦରୋଗ ବିଷୟରେ ସତର୍କ କରାଇବା ପାଇଁ ୨୦୦୦ ମସିହାଠାରୁ ବିଶ୍ୱ ହୃତପିଣ୍ଡ ଦିବସ ପାଳିତ ହେଉଛି। ବିଶ୍ୱରେ ପ୍ରତିବର୍ଷ ହୃଦରୋଗଜନିତ ମୃତ୍ୟୁ ସଂଖ୍ୟା ଉଦବେଗଜନକ ଭାବେ ବଢିବାରେ ଲାଗିଛି। ଏହି ଅବସରରେ ସଚେତନାର ବାର୍ତ୍ତା ଦେଇଛି କେୟାର ହସ୍ପିଟାଲ। ଏଥିପାଇଁ କେୟାର ହସ୍ପିଟାଲ ପକ୍ଷରୁ ସାଇକ୍ଲୋଥନ୍ ଆୟୋଜନ କରାଯାଇଛି। ଓଟିଭି ନେଟୱାର୍କ ଏମଡି ଜଗି ମଙ୍ଗତ୍ ପଣ୍ଡା ମୁଖ୍ୟ ଅତିଥିଭାବେ ଯୋଗ ଦେଇ ସାଇକ୍ଲୋଥନକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ସାଇକ୍ଲୋଥନ କେୟାର ହସ୍ପିଟାଲରୁ ବାହାରି ଚନ୍ଦ୍ରଶେଖରପୁର, ନାଲକୋ ଛକ, ଆଚାର୍ୟ୍ୟବିହାର, ବିଜୁ ପଟ୍ଟନାୟକ ବିମାନ ବନ୍ଦର ଓ ଗଙ୍ଗନଗର ଅଞ୍ଚଳ ଅତିକ୍ରମ କରିଥିଲା। ବିଶ୍ୱ ହୃତପିଣ୍ଡ ଦିବସ ଅବସରରେ ସମସ୍ତେ କିଛି ନା କିଛି ବ୍ୟାୟାମ କରିବା ସହ ସୁସ୍ଥ ରହିବାକୁ ସାଇକ୍ଲୋଥନରେ ଉପସ୍ଥିତ ଥିବା ଡାକ୍ତର ଓ ଅତିଥିମାନେ ମତ ଦେଇଥିଲେ। ରାଉରକେଲା କୋଏଲ ନଗରରେ ରାଉରକେଲା ଷ୍ଟିଲ ପ୍ଲାଣ୍ଟ ରିଟାୟାର୍ଡ କର୍ମଚାରୀ ସଂଘ ପକ୍ଷରୁ ବିଶ୍ୱ ହୃତପିଣ୍ଡ ଦିବସ ପାଳିତ ହୋଇଛି। ଏହି ଅବସରରେ କୋଏଲନଗର ଠାରୁ ଦୁଇ କିଲୋମିଟର ପର୍ୟ୍ୟନ୍ତ ୱାକାଥନ୍ ଆୟୋଜନ କରାଯାଇଥିଲା।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!