Wednesday, July 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ନିର୍ମିତ ରାସ୍ତା ତଦାରଖ କରିବାକୁ ଦିଲ୍ଲୀରୁ ଆସିଥିଲେ, ସଡ଼କ ଦୁର୍ଘଟଣାରେ ଚାଲିଗଲା ଜୀବନ

by ସଞ୍ଜୟ ସ୍ୱାଇଁ
September 30, 2021
in Accident, State
ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ନିର୍ମିତ ରାସ୍ତା ତଦାରଖ କରିବାକୁ ଦିଲ୍ଲୀରୁ ଆସିଥିଲେ, ସଡ଼କ ଦୁର୍ଘଟଣାରେ ଚାଲିଗଲା ଜୀବନ
196
VIEWS
Share on FacebookShare on Twitter

ଆନନ୍ଦପୁର, (ବାଘୁଆବାର୍ତ୍ତା): ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ନିର୍ମିତ ରାସ୍ତାଗୁଡ଼ିକୁ ତଦାରଖ କରିବାକୁ ଦିଲ୍ଲୀରୁ ଆସିଥିଲେ। କିନ୍ତୁ ସଡ଼କ ଦୁର୍ଘଟଣାରେ ଚାଲିଗଲା ତାଙ୍କ ଜୀବନ। କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଉପଖଣ୍ଡର ଦରଖଲା ଛକରେ ଘଟିଛି ଏହି ଦୁର୍ଘଟଣା। ମୃତ ଅଧିକାରୀଙ୍କ ନାଁ ଗୁହାର ଚନ୍ଦ ପନୱାର। ସେ ଜଣେ ଜାତୀୟ ମାନ ନିର୍ଦ୍ଧାରଣ ଅଧିକାରୀ ଥିଲେ। ସେ କେନ୍ଦୁଝର ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ନିର୍ମିତ ରାସ୍ତା ଗୁଡ଼ିକର ତଦାରଖ କରିବାକୁ ଦିଲ୍ଲୀରୁ ଆସିଥିଲେ। ଗତକାଲି କାମ ଶେଷ କରି ସେ ଦିଲ୍ଲୀ ଫେରିଯିବା ପାଇଁ ବିଳମ୍ବିତ ରାତିରେ କାର୍ ଯୋଗେ ଭୁବନେଶ୍ୱର ଯାଉଥିଲେ। ତେବେ କାର୍‌ଟି ୨୦ ନମ୍ବର ଜାତୀୟ ରାଜପଥରେ ଦରଖଲା ଛକରେ ଭାରସାମ୍ୟ ହରାଇ ଏକ ଟ୍ରକ୍ ପଛରେ ପିଟି ହୋଇଯାଇଥିଲା। ଆହତ ଗୁହାର ଚନ୍ଦ ପନୱାରଙ୍କୁ ପୁଲିସ୍ ଉଦ୍ଧାର କରି ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ତାଙ୍କର ମୃତ୍ୟୁ ଘଟିଥିଲା। ଦୁର୍ଘଟଣାରେ ଡ୍ରାଇଭରର କିଛି ହୋଇନାହିଁ। କେହି କେହି ଏହି ଦୁର୍ଘଟଣାକୁ ନେଇ ସନ୍ଦେହ ପ୍ରକାଶ କରିଛନ୍ତି ଓ ଏହାର ତଦନ୍ତ ହେବା ଆବଶ୍ୟକ ବୋଲି ଦାବି କରିଛନ୍ତି। କାର୍ ଡ୍ରାଇଭର ସନ୍ତୋଷ କୁମାର ମହାନ୍ତି କହିଛନ୍ତି ଯେ ତାଙ୍କ ଆଖି ଲାଗି ଯାଇଥିଲା। ସୂଚନାଯୋଗ୍ୟ, ଗୁହାର ଚନ୍ଦ ପନୱାର ପୂର୍ବରୁ ରାଜସ୍ଥାନରେ ପୂର୍ତ୍ତ ବିଭାଗର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ଭାବେ କାର୍ୟ୍ୟ କରୁଥିଲେ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!