Thursday, July 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜବତ ବ୍ରାଉନ ସୁଗରର ଆନୁମାନିକ ମୂଲ୍ୟ ୧୫ ଲକ୍ଷ ଟଙ୍କା ହେବ

by ସଞ୍ଜୟ ସ୍ୱାଇଁ
October 1, 2021
in Crime, State
ଜବତ ବ୍ରାଉନ ସୁଗରର ଆନୁମାନିକ ମୂଲ୍ୟ ୧୫ ଲକ୍ଷ ଟଙ୍କା ହେବ
90
VIEWS
Share on FacebookShare on Twitter

ଜଳେଶ୍ୱର, (ବାଘୁଆବାର୍ତ୍ତା): ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ପାଲଟିଛି ନିଶା କାରବାରର ପେଣ୍ଠସ୍ଥଳ। ଗତକାଲି ଗୋଟିଏ ଦିନରେ ଏଠାରୁ ୭୯ ଲକ୍ଷ ଟଙ୍କାର ବ୍ରାଉନ ସୁଗର ଜବତ ହେବା ପରେ ଏହାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଗତକାଲି ସନ୍ଧ୍ୟାରେ ଜଳେଶ୍ୱରର ରାଜପୁର ଗାଁରୁ ଅବକାରୀ ବିଭାଗ ୨୪୦ ଗ୍ରାମ ଧଳା ଜହର ଜବତ କରିବା ସହ ଜଣେ ଯୁବକଙ୍କୁ ଗିରଫ କରିଥିଲା। ଉକ୍ତ ଯୁବକଙ୍କ ଘର ମୟୂରଭଞ୍ଜ ଜିଲ୍ଲାରେ ବୋଲି ଜଣାପଡ଼ିଛି। ସେ ଜଳେଶ୍ୱରରୁ ବ୍ରାଉନ୍‌ ସୁଗର କିଣି ଫେରୁଥିବା ବେଳେ ଅବକାରୀ ବିଭାଗ ହାତରେ ଧରା ପଡ଼ିଥିଲା। ଜବତ ବ୍ରାଉନ ସୁଗରର ଆନୁମାନିକ ମୂଲ୍ୟ ୨୪ ଲକ୍ଷ ଟଙ୍କା ହେବ। ସେହିପରି ଗତକାଲି ରାତି ପ୍ରାୟ ୯ଟା ସମୟରେ ଜଳେଶ୍ୱର ପୁଲିସ ଝାଡ଼େଶ୍ୱରପୁର ଅଞ୍ଚଳରେ ଚଢ଼ଉ କରି ୩୦୦ ଗ୍ରାମ ବ୍ରାଉନସୁଗର ଜବତ କରିବା ସହ ୩ ଜଣଙ୍କୁ ଗିରଫ କରିଥିଲା। ଜବତ ଧଳାଜହରର ଅନୁମାନିକ ମୂଲ୍ୟ ୫୫ ଲକ୍ଷ ଟଙ୍କା ହେବ। ଗିରଫ ଅଭିଯୁକ୍ତଙ୍କ ଘର ଝାଡ଼େଶ୍ୱରପୁରରେ। ଏହି ଚଢ଼ଉରେ ଜଳେଶ୍ୱର ଆଇଆଇସି ପ୍ରଜ୍ଞା ମହାନ୍ତି, ଏସଡିପିଓ ଅଙ୍କିତା କୁମ୍ଭାର ଓ ଏସ୍ଆଇ ଭୁବନ ମୋହନ ସେଠୀଙ୍କ ସହିତ ଅନ୍ୟ ପୁଲିସ କର୍ମଚାରୀ ସାମିଲ ହୋଇଥିଲେ। ଏହାସହ ଗତକାଲି ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ମାଛୁ‌ଆ ଅଞ୍ଚଳରେ ଅବକାରୀ ବିଭାଗ ଚଢ଼ଉ କରି ୧୫୩ ଗ୍ରାମ ବ୍ରାଉନ ସୁଗର ଜବତ କରିବା ସହ ଜଣଙ୍କୁ ଗିରଫ କରିଥିଲା। ଜବତ ବ୍ରାଉନ ସୁଗରର ଆନୁମାନିକ ମୂଲ୍ୟ ୧୫ ଲକ୍ଷ ଟଙ୍କା ହେବ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!