Friday, June 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଗକୁ ଆସୁଛି ପାର୍ବଣ ଋତୁ, ଏବେ ଅଧିକ ଦାୟିତ୍ୱବାନ୍ ହେବାର ସମୟ : ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

by ସଞ୍ଜୟ ସ୍ୱାଇଁ
October 1, 2021
in Health, State
ଆଗକୁ ଆସୁଛି ପାର୍ବଣ ଋତୁ, ଏବେ ଅଧିକ ଦାୟିତ୍ୱବାନ୍ ହେବାର ସମୟ : ସ୍ୱାସ୍ଥ୍ୟ ନିର୍ଦ୍ଦେଶକ
21
VIEWS
Share on FacebookShare on Twitter

ଭୁବନେଶ୍ଵର, (ବାଘୁଆବାର୍ତ୍ତା): ଆଗକୁ ଆସୁଛି ପାର୍ବଣ ଋତୁ। ଏହାକୁ ଦୃଷ୍ଟିରେ ରଖି ସତର୍କତା ଅବଲମ୍ବନ କରିବାରୁ ରାଜ୍ୟବାସୀଙ୍କୁ ଅପିଲ କଲେ ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସେ କହିଛନ୍ତି ଯେ, ପାର୍ବଣ ବେଳେ ଭିଡ଼ ହେଲେ ସଂକ୍ରମଣ ବଢିବାର ଆଶଙ୍କା ରହିଛି। ଖୋର୍ଦ୍ଧା ଜିଲ୍ଲାରେ ସଂକ୍ରମଣ କମୁଥିଲେ ମଧ୍ୟ ଅଧିକ ଭୟ ରହୁଛି। ତେଣୁ ଆମେ ଅଧିକା ଭିଡ଼ କରିବା ନାହିଁ। ଅଧିକ ସମୟ ବାହାରେ ଏକାଠି ରହିଲେ ସଂକ୍ରମଣ ବଢିପାରେ। ଏହାକୁ ଦୃଷ୍ଟି ରଖି ପାର୍ବଣରେ ଘରୁ ନବାହାରିବା ଉଚିତ୍। ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ପୁଣି କହିଛନ୍ତି ଯେ, ଯଦି ଆମେ ଆମ ତରଫରୁ ସଜାଗ ରହିବା ତାହାଲେ କରୋନାକୁ ପ୍ରତିହତ କରି ପାରିବା। ସବୁ ବିଶେଷଜ୍ଞ ଓ ଆଇସିଏମ୍ଆର ନିର୍ଦ୍ଦେଶକ ମଧ୍ୟ ଦେଶବାସୀଙ୍କୁ ସଜାଗ ରହିବାକୁ ଅନୁରୋଧ କରିଛନ୍ତି । ତେଣୁ ଏହି ସମୟରେ ଆମକୁ ଅଧିକ ଦାୟିତ୍ୱବାନ ହେବା ଆବଶ୍ୟକତା ରହିଛି। କୋଭିଡ ସଂକ୍ରମଣରେ ଇଣ୍ଟରନାଲ ଇନ୍‌ଫେକ୍ସନ୍ ହୁଏ । ହାର୍ଟ, ଲଙ୍ଗସ୍, ବ୍ରେନ୍ ସହ ଲଙ୍ଗସ୍ ଉପରେ ଅଧିକା ପ୍ରଭାବ ପଡିଥାଏ । ଯିଏ ଟିକା ନେଉଛି ତାହା ଉପରେ କରୋନା ପ୍ରଭାବ ବହୁତ କମ୍ ରହୁଛି। ଆଉ ଯିଏ ଟିକା ନେଉ ନାହାନ୍ତି ତାର ଅଧିକ କ୍ଷତି ହେଉଛି। ଟିକା ନେଲା ପରେ କରୋନାରେ ଗୁରୁତର ହେବାର ବହୁତ କମ ଆଶଙ୍କା ରହୁଛି ବୋଲି ବିଜୟ ମହାପାତ୍ର କହିଛନ୍ତି।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!