Friday, July 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜାତିର ପିତା ମହାତ୍ମା ଗାନ୍ଧୀଙ୍କର ୧୫୨ ତମ ଜୟନ୍ତୀ ପାଳନ

by ସଞ୍ଜୟ ସ୍ୱାଇଁ
October 2, 2021
in State
ଜାତିର ପିତା ମହାତ୍ମା ଗାନ୍ଧୀଙ୍କର ୧୫୨ ତମ ଜୟନ୍ତୀ ପାଳନ
85
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆଜି ଅକ୍ଟୋବର ୨ ତାରିଖ । ଜାତିର ପିତା ମହାତ୍ମା ଗାନ୍ଧୀଙ୍କର ୧୫୨ ତମ ଜୟନ୍ତୀ । ବାପୁ ନାମରେ ଜଣାଶୁଣା ଗାନ୍ଧୀ ୧୮୬୯ ମସିହାରେ ଗୁଜୁରାଟର ପୋରବନ୍ଦରରେ ଜନ୍ମଗ୍ରହଣ କରିଥିଲେ। ବ୍ରିଟିଶମାନଙ୍କ ଦ୍ୱାରା ଭାରତୀୟ ସମାଜରେ ଦାସତ୍ୱର ଶୃଙ୍ଖଳା ଭାଙ୍ଗିବା ପାଇଁ ସେ ଅହିଂସା ମାର୍ଗକୁ ଆପଣାଇଥିଲେ। ସେ ସବୁ ସମୟରେ ଅନ୍ୟାୟ ବିରୋଧରେ ସଂଘର୍ଷ କରିଥିଲେ । ସେ ଧାରଣା ଏବଂ ସତ୍ୟର ମାର୍ଗରେ ସର୍ବଦା ଯିବାକୁ କୁଣ୍ଠାବୋଧ କରିନଥିଲେ। ସତ୍ୟ ଓ ଅହିଂସାକୁ ନେଇ ସର୍ବଦା ବାପୁଙ୍କ ବିଚାର ସାରା ବିଶ୍ବରେ ମାର୍ଗଦର୍ଶନ କରିବା ସହ ପ୍ରେରଣା ଦେଇଥାଏ । ତାଙ୍କର ସେହି ବିଚାରକୁ ନେଇ ଅକ୍ଟୋବର ୨ ତାରିଖ ଦିନଟିକୁ ସାରା ବିଶ୍ୱରେ ଅନ୍ତରାଷ୍ଟ୍ରୀୟ ଅହିଂସା ଦିବସ ଭାବରେ ପାଳନ କରାଯାଏ । ଏହିଦିନ ଭାରତର ସ୍ଵାଧୀନତା ଦିବସ ଓ ଗଣତନ୍ତ୍ର ଦିବସ ଭଳି ଜାତୀୟ ଦିବସ ଭାବରେ ପାଳନ କରାଯାଏ । ଗାନ୍ଧୀ ଜୟନ୍ତୀରେ ସମସ୍ତ ଶିକ୍ଷାନୁଷ୍ଠାନ ଗୁଡିକ ରେ ବିଭିନ୍ନ ପ୍ରତିଯୋଗିତା ହୋଇଥାଏ । ମହାତ୍ମା ଗାନ୍ଧୀଙ୍କ ବିଚାରଧାରା ତାଙ୍କୁ ସାରା ବିଶ୍ବରେ ଗୋଟିଏ ସ୍ଵତନ୍ତ୍ର ସ୍ଥାନ ଦେଇ ପାରିଛି । ତାଙ୍କର ନିଜ ଜନ୍ମ ଭୂମି ପ୍ରତି ନିଷ୍ଠା, କାର୍ୟ୍ୟ ଓ ଉଦାର ମନୋଭାବକୁ ଦେଖି ସମସ୍ତେ ତାଙ୍କୁ ବାପୁ ନାମରେ ଡାକୁ ଥିଲେ । ଭାରତ ଯେତେବେଳେ ଇଂରେଜ ସରକାର ଅଧିନରେ ଥିଲା ସେତେବେଳେ ଗୋଟିଏ ଆଗ ଧାଡ଼ିର ଯୋଦ୍ଧା ଭଳି ଇଂରେଜ ସରକାର ବିରୋଦ୍ଧରେ ଲଢି ଥିଲେ । ଚଳିତ ବର୍ଷ ଅକ୍ଟୋବର ୨ ତାରିଖ ଦିନଟି ଭାରତରେ ୧୫୨ ତମ ଗାନ୍ଧୀ ଜୟନ୍ତୀ ପାଳନ କରାଯିବ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!