Monday, July 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଫେବ୍ରୁଆରୀ ୧୨ରୁ ପଞ୍ଚାୟତ ଭୋଟ୍

by ସଞ୍ଜୟ ସ୍ୱାଇଁ
October 5, 2021
in State
ଫେବ୍ରୁଆରୀ ୧୨ରୁ ପଞ୍ଚାୟତ ଭୋଟ୍
441
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପଞ୍ଚାୟତ ନିର୍ବାଚନ ପାଇଁ ଏକପ୍ରକାର ବିଗୁଲ ବାଜିଲାଣି । ଫେବ୍ରୁଆରୀ ୧୨ରୁ ଆରମ୍ଭ ହୋଇପାରେ ପଞ୍ଚାୟତ ଭୋଟ । ୫ଟି ପର୍ୟ୍ୟାୟରେ ଏହି ନିର୍ବାଚନ ଅନୁଷ୍ଠିତ ହେବ । ଏନେଇ ତାଲିକା ସ୍ଥିର ହୋଇଥିବା ଜଣାପଡିଛି । ମାର୍ଚ୍ଚ ୫ ସୁଦ୍ଧା ଫଳ ପ୍ରକାଶ ସହ ନୂଆ ଲୋକ ପ୍ରତିନିଧି ଦାୟିତ୍ୱ ଗ୍ରହଣ କରିବେ । ତେବେ କେଉଁ ତାରିଖରେ ଭୋଟ୍ ହେବ ଚୂଡ଼ାନ୍ତ ନିଷ୍ପତ୍ତି ନେବେ ରାଜ୍ୟ ନିର୍ବାଚନ କମିଶନ । ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ସଂରକ୍ଷଣ ପ୍ରକ୍ରିୟା ଆରମ୍ଭ ହୋଇଛି । ଆସନ୍ତା ୮ରେ ପଞ୍ଚାୟତ ଓ ପଞ୍ଚାୟତ ସମତି ପଦବୀ ପାଇଁ ପ୍ରାଥମିକ ଚିଠା ସଂରକ୍ଷଣ ତାଲିକା ପ୍ରକାଶ ପାଇବ । ୨୬ରେ ଜାରି ହେବ ଚୂଡ଼ାନ୍ତ ତାଲିକା । ସେହିଭଳି ଜିଲ୍ଲା ପରିଷଦ ପଦବି ପାଇଁ ୮ ରେ ଚିଠା ସଂରକ୍ଷଣ ତାଲିକା ଓ ୩୦ରେ ଚୂଡ଼ାନ୍ତ ତାଲିକା ପ୍ରକାଶିତ ହେବ । ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ପାଇଁ ୧୬ରେ ଚିଠା ଏବଂ ୨୬ରେ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ । ଏଥିପାଇଁ ପ୍ରସ୍ତୁତି ତ୍ୱରିତ କରିବାକୁ ସମସ୍ତ ଜିଲ୍ଲାପାଳମାନଙ୍କୁ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି । ଆସନ୍ତା ୨୦୨୨ ମାର୍ଚ୍ଚ ୫ ରେ ଚଳିତ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର କାର୍ୟ୍ୟକାଳ ଶେଷ ହେବ । ତେଣୁ ନିୟମ ଅନୁସାରେ ତା’ ପୂର୍ବରୁ ନିର୍ବାଚନ ପ୍ରକ୍ରିୟା ସାରିବାକୁ ସରକାର ନୀତିଗତ ନିଷ୍ପତ୍ତି ନେଇଛନ୍ତି । ଏଥିପାଇଁ ସରକାରୀ ପ୍ରସ୍ତୁତି ଜୋର ଧରିଛି । ଚଳିତ ଅକ୍ଟୋବର ୩୦ ସୁଦ୍ଧା ସଂରକ୍ଷଣ ପ୍ରକିୟା ଚୂଡ଼ାନ୍ତ ଶେଷ କରି ରାଜ୍ୟ ନିର୍ବାଚନ କମିଶନଙ୍କୁ ତାଲିକା ହସ୍ତାନ୍ତର କରାଯିବ । ୱାର୍ଡମେମ୍ବର, ସରପଞ୍ଚ, ସମତିସଭ୍ୟ ଓ ବ୍ଲକ ଅଧ୍ୟକ୍ଷ ପଦ ପାଇଁ ୮ରେ ଚିଠା ତାଲିକା ପ୍ରକାଶ ପରେ ୧୬ରୁ ଆପତ୍ତି ଅଭିଯୋଗ ଗ୍ରହଣ କରାଯିବ । ୨୧ ସୁଦ୍ଧା ସଂରକ୍ଷଣ ନେଇ ଅଭିଯୋଗ ଉପରେ ଶୁଣାଣି ପରେ ୨୬ରେ ଚୂଡ଼ାନ୍ତ ସଂରକ୍ଷଣ ତାଲିକା ପ୍ରକାଶନ ସହ ନିର୍ବାଚନ କମିଶନଙ୍କୁ ହସ୍ତାନ୍ତର କରାଯିବ । ସେହିଭଳି ଜିଲ୍ଲା ପରିଷଦ ସଭ୍ୟ/ସଭ୍ୟା ପଦବିର ସଂରକ୍ଷଣ ଚିଠା ତାଲିକା ୮ରେ ସର୍ବସାଧାରଣଙ୍କ ଅବଗତି ପାଇଁ ଜାରି ହେବ । ଏ ତାଲିକା ଉପରେ ସାଧାରଣରୁ ୧୮ରୁ ଆପତ୍ତି ଅଭିଯୋଗ ଗ୍ରହଣ କରାଯାଇ ୨୨ ସୁଦ୍ଧା ଜିଲ୍ଲାପାଳ ଶୁଣାଣି କରି ଫଏସଲା କରିବେ । ୨୯ରେ ସରକାରୀ ଅନୁମୋଦନ ପରେ ୩୦ରେ ଚୂଡ଼ାନ୍ତ ତାଲିକା କମିଶନଙ୍କ ନିକଟରେ ସକାର ଦାଖଲ କରିବେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!