Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଜଳଦ କୁମାର ତ୍ରିପାଠୀଙ୍କ ଶପଥ ଗ୍ରହଣ

by ସଞ୍ଜୟ ସ୍ୱାଇଁ
October 5, 2021
in Feature News
ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଜଳଦ କୁମାର ତ୍ରିପାଠୀଙ୍କ ଶପଥ ଗ୍ରହଣ
50
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା):ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶ୍ରୀ ଜଳଦ କୁମାର ତ୍ରିପାଠୀ ଆଜି ଶପଥ ଗ୍ରହଣ କରିଛନ୍ତି । ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଆଜି ପୂର୍ବାହ୍ନରେ ରାଜ ଭବନର ଅଭିଷେକ ହଲ ଠାରେ ଏହି ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଥିଲା । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ନବ ନିଯୁକ୍ତ ମୁଖ୍ୟ ସୂଚନା ଆୟୁକ୍ତ ଶ୍ରୀ ତ୍ରିପାଠୀଙ୍କୁ ଓଡିଆରେ ଶପଥପାଠ କରାଇଥିଲେ । ପ୍ରାରମ୍ଭରେ ସୂଚନା ଓ ଲୋକ ସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ ରାଜ୍ୟପାଳଙ୍କ ଅନୁମତି କ୍ରମେ ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶ୍ରୀ ତ୍ରିପାଠୀଙ୍କ ନିଯୁକ୍ତି ପତ୍ର ( ଓାରଣ୍ଟ ଅଫ୍ ଆପଏଣ୍ଟମେଣ୍ଟ ପାଠ କରିଥିଲେ । ଶପଥ ପାଠ ପରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ସେଠୀ ରାଜ୍ୟପାଳଙ୍କ ଅନୁମତି ପ୍ରାପ୍ତ ପରେ ଶପଥ ଗ୍ରହଣ କାର୍ଯ୍ୟକ୍ରମର ପରିସମାପ୍ତି ଘୋଷଣା କରିଥିଲେ। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ଏହି ଉତ୍ସବରେ ଯୋଗ ଦେଇଥିଲେ । ରାଜ୍ୟ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା, ରାଜ୍ୟପାଳଙ୍କ ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର,କଟକ-ଭୁବନେଶ୍ୱର ଆରକ୍ଷୀ ଆୟୁକ୍ତ ଶ୍ରୀ ସୋମେନ୍ଦ୍ର ପ୍ରିୟଦର୍ଶୀ, ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ଶ୍ରୀ ତ୍ରିପାଠୀଙ୍କ ସହଧର୍ମିଣୀଙ୍କ ସମେତ ପରିବାରର ସଦସ୍ୟ, ସୂଚନା ଓ ଲୋକ ସଂପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ, ନିର୍ଦ୍ଦେଶକ(ବୈଷୟିକ) ଶ୍ରୀ ନିରଞ୍ଜନ ସେଠୀ, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସୁରେନ୍ଦ୍ରନାଥ ପରିଡା, ଯୁଗ୍ମ ଶାସନ ସଚିବ ଶ୍ରୀମତୀ ବିଷ୍ଣୁପ୍ରିୟା ସାହୁଙ୍କ ସମେତ ବିଭାଗର ଅନ୍ୟ ବରିଷ୍ଠ ପଦାଧିକାରୀ ଏହି ଉତ୍ସବରେ ଉପସ୍ଥିତ ଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!