Monday, July 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜଧାନୀ ଏକ୍ସପ୍ରେସ ଭଳି ପୁରୀ-ହାଟିଆ ତପସ୍ୱିନୀ ଏକ୍ସପ୍ରେସକୁ ଏଲ୍ଏଚବି କୋଚ୍ କରାଯାଉ ବୋଲି ରେଳମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି

by ସଞ୍ଜୟ ସ୍ୱାଇଁ
October 6, 2021
in State
54
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜଧାନୀ ଏକ୍ସପ୍ରେସ ଭଳି ପୁରୀ- ହାଟିଆ-ପୁରୀ ତପସ୍ୱିନୀ ଏକ୍ସପ୍ରେସକୁ ଲିଙ୍କ୍ ହଫମେନ୍ ବୁଶ (ଏଲଏଚବି) କୋଚରେ ପରିଣତ କରାଯାଉଛି । ଏହି ଦାବିରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଯାତ୍ରୀଙ୍କ ସୁବିଧାକୁ ଗୁରୁତ୍ୱ ଦେଇ ବ୍ୟକ୍ତିଗତ ହସ୍ତକ୍ଷେପ କରିବାକୁ ଅନୁରୋଧ କରିଛନ୍ତି । ଚିଠିରେ ଧର୍ମେନ୍ଦ୍ର ପ୍ରଧାନ ଉଲ୍ଲେଖ କରିଛନ୍ତି, ନିକଟରେ ଓଡ଼ିଶା ଗସ୍ତରେ ସେ ଭୁବନେଶ୍ୱରରୁ ରେଢ଼ାଖୋଲ ପର୍ୟ୍ୟନ୍ତ ପୁରୀ-ହାଟିଆ-ପୁରୀ ତପସ୍ୱିନୀ ଏକ୍ସପ୍ରେସରେ ଯାତ୍ରା କରିଥିଲେ । ଏହି ସମୟରେ ସେ ଅନେକ ସହଯାତ୍ରୀଙ୍କ ସହ ଆଲୋଚନା କରିଥିଲେ । ଯାତ୍ରୀମାନେ ଏହି ଟ୍ରେନରେ ଏଲ୍ଏଚବି କୋଚ୍ ଆରମ୍ଭ କରିବା ପାଇଁ ଦୀର୍ଘ ଦିନର ଦାବି ଥିବା ଜଣାଇଥିଲେ । ଏଥିସହ ସେ କହିଛନ୍ତି, ଉନବିଂଶ ଶତାବ୍ଦୀରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ରଚିତ ଲୋକପ୍ରିୟ ମହାକାବ୍ୟ ତପସ୍ୱିନୀ ନାମରେ ଏହି ଟ୍ରେନକୁ ନାମିତ କରାଯାଇଥିଲା । ଏହି ଟ୍ରେନ୍ ୧୯୯୬ ମସିହାରୁ ପୁରୀ, ଖୋର୍ଦ୍ଧା ରୋଡ୍, ଭୁବନେଶ୍ୱର, କଟକ, ଢେ଼ଙ୍କାନାଳ, ତାଳଚେର, ଅନୁଗୋଳ, ରେଢ଼ାଖୋଲ, ସମ୍ବଲପୁର, ଝାରସୁଗୁଡ଼ା, ରାଜଗାଙ୍ଗପୁର, ରାଉରକେଲା, ନୂଆଗାଁ ଏବଂ ହାଟିଆ ଦେଇ ଓଡ଼ିଶା ଓ ଝାଡ଼ଖଣ୍ଡକୁ ସଂଯୋଗ କରୁଛି । ନିକଟରେ ନୂଆ ଅତ୍ୟାଧୁନିକ ଏଲଏଚବି ରେକ୍ ସହ ଭୁବନେଶ୍ୱର-ଜଗଦଲପୁର-ଭୁବେନଶ୍ୱର ସ୍ୱତନ୍ତ୍ର ହୀରାଖଣ୍ଡ ଏକ୍ସପ୍ରସକୁ ଉଭୟଙ୍କ ଦ୍ୱାରା ଶୁଭାରମ୍ଭ କରାଯାଇଛି । ଏଲ୍ଏଚବି ରେକରେ ଆରାମଦାୟକ ଯାତ୍ରା ପାଇଁ ଅଧିକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଏହି କୋଚ୍ ଅଧିକ ଯାତ୍ରୀ ବସିବା କ୍ଷମତା ବିଶିଷ୍ଟ ଏବଂ ଏଥିରେ କମ୍ ଶବ୍ଦ ସହ ଉଚ୍ଚ କ୍ଷମତା ସମ୍ପନ୍ନ କୁଲିଂ ସୁବିଧା ଭଳି ଆନୁସଙ୍ଗିକ ଅତ୍ୟାଧୁନିକ ବ୍ୟବସ୍ଥା ରହିଛି । ତପସ୍ୱିନୀ ଏକ୍ସପ୍ରେସରେ ଏଚଏଚବି କୋଚ୍ ଆରମ୍ଭ କରାଗଲେ ଯାତ୍ରୀମାନେ ସୁରକ୍ଷିତ ଭାବରେ ଆରାମଦାୟକ ଯାତ୍ରା କରିପାରିବେ । ତେଣୁ ଯାତ୍ରୀଙ୍କ ସୁରକ୍ଷା, ସୁବିଧା ତଥା କଲ୍ୟାଣକୁ ଦୃଷ୍ଟି ରଖି ପୁରୀହାଟିଆ-ପୁରୀ ତପସ୍ୱିନୀ ଏକ୍ସପ୍ରେସକୁ ଏଲଏଚବି ରେକରେ ପରିଣତ କରିବା ପାଇଁ ବ୍ୟକ୍ତିଗତ ହସ୍ତକ୍ଷେପ କରିବାକୁ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!