ରଣପୁର, (ବାଘୁଆବାର୍ତ୍ତା): ଆଜି ନୟାଗଡ ଜିଲ୍ଲା ରଣପୁର ବ୍ଲକ ନିକଟସ୍ଥ ନୂଆଗାଁ ପ୍ରାଥମିକ ବିଦ୍ୟାଳୟରେ ୪୦ ଜଣ ଛାତ୍ରଛାତ୍ରୀଙ୍କୁ ପୋଷାକ ଓ ଜୋତା ବଣ୍ଟନ କରାଯାଇଛି । ଏହି କାର୍ୟ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ରସାନନ୍ଦ ପ୍ରଧାନ, ମୁଖ୍ୟ ବକ୍ତା ଭାବେ ଜିଲ୍ଲା ପ୍ରାଥମିକ ଶିକ୍ଷକ ସଙ୍ଘର ସଭାପତି ଜ୍ୟୋତି ରଞ୍ଜନ ଦଶ, ସମ୍ମାନିତ ଅତିଥି ଭାବେ ରଣପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଙ୍ଘର ସଭାପତି ପ୍ରଫୁଲ କୁମାର ବିଶ୍ୱାଳ, ପୂର୍ବତନ କାଉନସିଲର ସୁଧାକର ପ୍ରଧାନ, ସାଧନ କର୍ମୀ ଜ୍ୟୋତି ରଞ୍ଜନ କର, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଚକ୍ରଧର ନାୟକ, ଆଲୁମିନ କମିଟି ସଭାପତି ପ୍ରକାଶ ଚନ୍ଦ୍ର ଦାଶ ପ୍ରମୁଖ ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କୁ ପୋଷାକ ବିତରଣ କରିଥିଲେ । ଏହି କାର୍ୟ୍ୟକ୍ରମକୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଜଗନ୍ନାଥ ଦାଶ ପରିଚାଳନା କରିଥିଲେ । ସହକାରୀ ଶିକ୍ଷୟତ୍ରୀ ନମିତା ମିଶ୍ର ଓ ଶର୍ମିଷ୍ଠା ଦାସ ପ୍ରମୁଖ ସହଯୋଗ କରିଥିଲେ ।






