Tuesday, July 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୪ ଦଫା ଦାବିରେ ବାରିପଦା ଜଗନ୍ନାଥ ମନ୍ଦିର ସମ୍ମୁଖରେ ଅନଶନରେ ବସିଛନ୍ତି ସେବାୟତ

by ସଞ୍ଜୟ ସ୍ୱାଇଁ
October 7, 2021
in State
୪ ଦଫା ଦାବିରେ ବାରିପଦା ଜଗନ୍ନାଥ ମନ୍ଦିର ସମ୍ମୁଖରେ ଅନଶନରେ ବସିଛନ୍ତି ସେବାୟତ
33
VIEWS
Share on FacebookShare on Twitter

ବାରିପଦା, (ବାଘୁଆବାର୍ତ୍ତା): ୪ ଦଫା ଦାବିରେ ବାରିପଦା ଜଗନ୍ନାଥ ମନ୍ଦିର ସମ୍ମୁଖରେ ଅନଶନରେ ବସିଛନ୍ତି ସେବାୟତ। ଜଗନ୍ନାଥ ମନ୍ଦିର ସେବାୟତ ସଂଘ ପକ୍ଷରୁ ଏହି ଅନଶନ କରାଯାଉଛି। ମନ୍ଦିରରେ ନୀତିକାନ୍ତରେ ବାରମ୍ବାର ବିଭ୍ରାଟ ହେଉଥିବା ତଥା ମନ୍ଦିରକୁ ଯୋଗାଇ ଦିଆଯାଉଥିବା ଭୋଗ ସାମଗ୍ରୀ ନିମ୍ନମାନର ବୋଲି ସେବାୟତମାନେ ଅଭିଯୋଗ କରିଛନ୍ତି। ଏହି ସମସ୍ୟାର ସମାଧାନ ଦାବି କରିଛନ୍ତି ସେମାନେ। ସେହିପରି ମନ୍ଦିରରେ ସୁପକାର ସେବାୟତ ମାନଙ୍କ ପାଇଁ ଏକ ବିଶ୍ରାମ ଗୃହ କରିବାକୁ ସେମାନେ ଦାବି କରିଛନ୍ତି। ଏହା ସହିତ ରଥ ଖଳାରେ ଥିବା ଅର୍ଦ୍ଧନିର୍ମିତ ରଥକୁ ଖୋଲାଯାଇ କାଠ ଗୁଡ଼ିକୁ ଯତ୍ନ ସହକାରେ ରଖିବା ପାଇଁ ସେବାୟତ ସଂଘ ଦାବି କରିଛି। ସେବାୟତ ସଂଘ ପକ୍ଷରୁ କୁହାଯାଇଛି ଯେ ଏହି ସବୁ ଦାବି ସଂପର୍କରେ ବାରମ୍ବାର ପ୍ରଶାସନକୁ ଅବଗତ କରାଯାଇଥିଲେ ମଧ୍ୟ କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନାହିଁ। ତେଣୁ ସେମାନେ ଅନଶନରେ ବସିଛନ୍ତି। ଏହି ଅନଶନ ଅନିର୍ଦ୍ଦିଷ୍ଟ କାଳ ପର୍ୟ୍ୟନ୍ତ ଚାଲିବ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!