ଭୁବନେଶ୍ବର, (ବାଘୁଆବାର୍ତ୍ତା): ଦଶହରା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସରକାରୀ କର୍ମଚାରୀ ଓ ପେନ୍ସନ୍ ଭୋଗୀଙ୍କ ପାଇଁ ୧୧ ପ୍ରତିଶତ ମହଙ୍ଗା ଭତ୍ତା ଘୋଷଣା କରିଛନ୍ତି। ଏହି ନିଷ୍ପତ୍ତି ଦ୍ଵାରା ରାଜ୍ୟର ଚାରି ଲକ୍ଷ କର୍ମଚାରୀ ଓ ସାଢେ ତିନି ଲକ୍ଷ ପେନସନ୍ ଭୋଗୀ ଉପକାର ପାଇବେ । ଏହା ଫଳରେ ବର୍ତ୍ତମାନ ମହଙ୍ଗା ଭତ୍ତା ୧୭%ରୁ ବଢ଼ି ୨୮%ରେ ପହଞ୍ଚିଲା । ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଜୁଲାଇ ପହିଲାରୁ ପିଛିଲା ଭାବରେ ୧୧% ମହଙ୍ଗା ଭତ୍ତା ଲାଗୁ ହେବ ଓ ଏହା ଅକ୍ଟୋବରରୁ ମିଳିବ। ବକେୟା ତିନି ମାସର ବର୍ଦ୍ଧିତ ଭତ୍ତା ମଧ୍ୟ ନଗଦ ଆକାରରେ ମିଳିବ । ଏହା ପୂର୍ବରୁ ଅର୍ଥାତ ଆଜି ସକାଳେ ସରକାରୀ କର୍ମଚାରୀଙ୍କ ଗୋଷ୍ଠୀ ବୀମା ଦେୟ (ଜିଆଇଏସ୍) ସଂଶୋଧନ ହୋଇଥିଲା।






