Tuesday, July 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୦୨୧ ବର୍ଷ ପାଇଁ ଦୁଇ ସାମ୍ବାଦିକଙ୍କୁ ମିଳିତ ଭାବେ ଶାନ୍ତି ନୋବେଲ ପୁରସ୍କାର ଘୋଷିତ

by ସଞ୍ଜୟ ସ୍ୱାଇଁ
October 8, 2021
in State
୨୦୨୧ ବର୍ଷ ପାଇଁ ଦୁଇ ସାମ୍ବାଦିକଙ୍କୁ ମିଳିତ ଭାବେ ଶାନ୍ତି ନୋବେଲ ପୁରସ୍କାର ଘୋଷିତ
89
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଘୋଷଣା ହୋଇଛି ୨୦୨୧ ବର୍ଷ ପାଇଁ ଶାନ୍ତି ନୋବେଲ ପୁରସ୍କାର । ଦୁଇ ସାମ୍ବାଦିକଙ୍କୁ ମିଳିତ ଭାବେ ଏହି ସମ୍ମାନାସ୍ପଦ ପୁରସ୍କାର ମିଳିଛି । ଅଭିବ୍ୟକ୍ତିରେ ସ୍ମାଧିନତା କ୍ଷେତ୍ରରେ ଉଲ୍ଲେଖନୀୟ ସଂଘର୍ଷ ଯୋଗୁଁ ଫିଲିପାଇନ୍ସର ମାରିୟା ରେସା ଓ ଋଷର ଦିମିତ୍ରି ମୁରାତୋଭଙ୍କୁ ନୋବେଲ ଶାନ୍ତି ପୁରସ୍କାର ଦିଆଯିବ । ବେରିଟ୍ ରିସ୍-ଆଣ୍ଡର୍ସେନ୍ ଆହୁରି ମଧ୍ୟ କହିଛନ୍ତି ଯେ, ଗଣତନ୍ତ୍ର ଏବଂ ଗଣମାଧ୍ୟମର ସ୍ୱାଧୀନତା ଦିନକୁ ଦିନ ପ୍ରତିକୂଳ ପରିସ୍ଥିତିର ସମ୍ମୁଖୀନ ହେଉଥିବା ବେଳେ ମାରିଆ ରେସା ଏବଂ ଦିମିତ୍ରି ମୁରାତୋଭ ବାକ୍‌ ସ୍ବାଧୀନତାକୁ ସୁରକ୍ଷା ଦେଉଥିବା ସାମ୍ବାଦିକଙ୍କ ପ୍ରତିନିଧୀ ପାଲଟିଛନ୍ତି। ୨୦୧୨ରୁ, ରେସା ଅନୁସନ୍ଧାନକାରୀ ସାମ୍ବାଦିକତା ପାଇଁ ଏକ ଡିଜିଟାଲ୍ ମିଡିଆ କମ୍ପାନି ରାପ୍ଲରର ସହ-ପ୍ରତିଷ୍ଠାତା ଭାବେ କାମ ଆରମ୍ଭ କରିଥିଲେ, ଯାହାକି ସେ ଏପର୍ୟ୍ୟନ୍ତ ଜାରି ରଖିଛନ୍ତି। ନିଜ ଡିଜିଟାଲ ମିଡିଆ କମ୍ପାନି ଦ୍ବାରା ସେ ଅନେକ ଅପରାଧର ଅନୁସନ୍ଧାନ କରିଛନ୍ତି। ସେହି ଭଳି ମୁରାତୋଭ ୧୯୯୩ ରେ, ନୋଭାୟା ଗଜେତା ନାମକ ଖବରକାଗଜର ପ୍ରତିଷ୍ଠା କରିଥିଲେ। ନିଜ ଖବରକାଗଜ ଜରିଆରେ ସେ ବାକ୍‌ ସ୍ବାଧୀନତାକୁ ସୁରକ୍ଷା ଦେଇଥିବା ସହ ୧୯୯୫ମସିହାରୁ ଏହାର ମୁଖ୍ୟ ସମ୍ପାଦକ ଭାବରେ କାର୍ୟ୍ୟ କରିଆସୁଛନ୍ତି। ମୋଟ ୩୨୯ଜଣଙ୍କ ମଧ୍ୟରୁ ମାରିଆ ରେସା ଏବଂ ଦିମିତ୍ରି ମୁରାତୋଭ ନୋବେଲ ଶାନ୍ତି ପୁରସ୍କାର ୨୦୨୧ପାଇଁ ମନୋନୀତ ହୋଇଛନ୍ତି। ନୋବେଲ ଶାନ୍ତି ପୁରସ୍କାର ବିଜେତାଙ୍କୁ ବର୍ତ୍ତମାନ ୧.୧ ମିଲିୟନ ଡଲାରର ପୁରସ୍କାର ରାଶି ପ୍ରଦାନ କରାଯିବ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!